ସୋନପୁର ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୁବର୍ଣ୍ଣପୁର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ରାମପ୍ରସାଦ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୪ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ୩୧ ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୧୩ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା। ୦୪ ଗୋଟି ଦରଖାସ୍ତର ତୁରନ୍ତ ସମାଧାନ ହୋଇଥିବା ବେଳେ ଅନ୍ୟ ସମସ୍ତ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଶିବିର ଅବସରରେ ଜିଲ୍ଲାପାଳ ଶ୍ରୀମତୀ ଦାସ, ଜିଲ୍ଲା ବନାଞ୍ଚଳ ବିଭାଗ ଦ୍ୱାରା ପ୍ରସ୍ତୁତ ବନ ସଂରକ୍ଷଣ ତଥା ସୁରକ୍ଷା ସମ୍ୱନ୍ଧୀୟ ଏକ ସଚେତନତା ରଥକୁ ଶୁଭାରମ୍ଭ କରିଥିଲେ। ଏହି ସଚେତନତା ରଥ ଜିଲ୍ଲାର ସମସ୍ତ ବ୍ଲକ ଅଞ୍ଚଳ ସହ ଅଭ୍ୟନ୍ତରୀଣ ଅଞ୍ଚଳ ପରିକ୍ରମା କରି ଜନସାଧାରଣଙ୍କୁ ଜଙ୍ଗଲ ସୁରକ୍ଷା ନିମନ୍ତେ ଆବଶ୍ୟକ ତଥ୍ୟ ପ୍ରଦାନ ସହ ସଚେତନତା କରିବ। ବିଡ଼ିଓ ସୋନପୁର ସୌମ୍ୟରଞ୍ଜନ ସ୍ୱାଇଁ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣିରେ ଜିଲ୍ଲା ବନାଞ୍ଚଳ ଅଧିକାରୀ ମଦନ ଲାଲ ଶର୍ମା, ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପଜିଲ୍ଲାପାଳ ସୋନପୁର ଡଃ ସୌମ୍ୟାରୂପା ରଥ , ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ପ୍ରଦୀପ କୁମାର ଗୁରୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଅନୁପମା ପଣ୍ଡା, ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର, ଡେପୁଟି କଲେକ୍ଟର କୃଷ୍ଣ ମୋହନ ସିଂହ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ତହସିଲଦାର ସୋନପୁର ଜି.ରଶ୍ମିରେଖା ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.