କରମତଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମରକ୍ଷା ତାଲିମ ସମ୍ପନ୍ନ

ଓଡ଼ିଆ ବାର୍ତ୍ତା/ ଟିକ୍ରାପଡ଼ା (ରମାକାନ୍ତ ରାଜପଲିଆ):
ସଇଁନ୍ତଳା ବ୍ଲକ କରମତଲା ସ୍ଥିତ ବୁଢ଼ାରଜା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୮ ଦିନ ଧରି ଚାଲିଥିବା ଆତ୍ମରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି | ମାଷ୍ଟର ଟ୍ରେନର ଆରତୀ ବିଶ୍ୱାଳ ତାଲିମ ପ୍ରଦାନ କରିଥିଲେ | ଉଦଯାପନୀ ସଭାରେ ବିଦ୍ୟାଳୟ ଅଧ୍ୟକ୍ଷ ଦ୍ଵିତୀକୃଷ୍ଣ ପଧାନ ଏବଂ ମୁଖ୍ୟ ଅତିଥି ଆଲୁମିନି ସଭାପତି ରାଜକିଶୋର ସିଂ ବୁଡ଼େକ ଆତ୍ମରକ୍ଷା କୌଶଳର ମହତ୍ତ୍ୱ ଏବଂ ରାଷ୍ଟ୍ର ନିର୍ମାଣରେ ନାରୀଙ୍କ ଭୂମିକା ସମ୍ବନ୍ଧରେ ବକ୍ତବ୍ୟ ଦେଇଥିଲେ | ଏହି ଅଵସରରେ ତାଲିମପ୍ରାପ୍ତ ଛାତ୍ରୀଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା | ଶେଷରେ ଅଧ୍ୟାପକ ସୁନୀଲ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ | ଅଧ୍ୟାପକ ଅଧ୍ୟାପିକା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ |

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.