କ୍ଳଷ୍ଟର ସ୍ତରୀୟ ନିପୁଣ ଓଡ଼ିଶା ମେଳା ଉଦଯାପିତ

ଓଡ଼ିଆ ବାର୍ତ୍ତା/ ଜୟପାଟଣା (ଧନେଶ୍ଵର ପୁଞ୍ଜି): କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଳକ ଗୋଷ୍ଠୀ ଶିକ୍ଷା ଅଧିନସ୍ଥ ଆଞ୍ଚଳିକ ସାଧନ କେନ୍ଦ୍ର ଭେଜିଗୁଡା ଆନୁକୂଲ୍ୟରେ ମୈଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ କାର୍ଯ୍ୟକ୍ରମ ସମ୍ବନ୍ଧୀୟ ଶିକ୍ଷଣ ଉପକରଣ ପ୍ରଦର୍ଶନୀ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ କ୍ଳଷ୍ଟର ଅନ୍ତର୍ଗତ ୧୫ ଗୋଟି ଏଫ୍ଏଲ୍ଏନ୍ ବିଦ୍ୟାଳୟରୁ ଶତାଧିକ ଛାତ୍ରଛାତ୍ରୀ, ଅଭିଭାବକ ଓ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗଦେଇ ବିଭିନ୍ନ ଅଭିନବ ସୃଜନାତ୍ମକ ଶିକ୍ଷଣ ଉପକରଣ ପ୍ରଦର୍ଶନ କରିଥିଲେ। ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ କଳାହାଣ୍ଡିର ଶିକ୍ଷକ ପ୍ରଶିକ୍ଷକ ଡଃ ଦିଗାମ୍ବର ନାଏକ ଯୋଗଦେଇ ନିପୁଣ ଓଡ଼ିଶାର ଲକ୍ଷ ଓ ବୈଶିଷ୍ଟ୍ୟ ଉପରେ ଅଭିଭାଷଣ ପ୍ରଦାନ କରିଥିଲେ। ଏହି ଅବସରରେ କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ଭେଜିଗୁଡା ସାଧନ କେନ୍ଦ୍ର ସଂଯୋଜକ ଦେବେନ୍ଦ୍ର ରାଉତଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ହୋଇଥିଲା।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.