ଓଡ଼ିଆ ବାର୍ତ୍ତା/ ଜୟପାଟଣା (ଧନେଶ୍ଵର ପୁଞ୍ଜି): କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଳକ ଗୋଷ୍ଠୀ ଶିକ୍ଷା ଅଧିନସ୍ଥ ଆଞ୍ଚଳିକ ସାଧନ କେନ୍ଦ୍ର ଭେଜିଗୁଡା ଆନୁକୂଲ୍ୟରେ ମୈଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ କାର୍ଯ୍ୟକ୍ରମ ସମ୍ବନ୍ଧୀୟ ଶିକ୍ଷଣ ଉପକରଣ ପ୍ରଦର୍ଶନୀ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ କ୍ଳଷ୍ଟର ଅନ୍ତର୍ଗତ ୧୫ ଗୋଟି ଏଫ୍ଏଲ୍ଏନ୍ ବିଦ୍ୟାଳୟରୁ ଶତାଧିକ ଛାତ୍ରଛାତ୍ରୀ, ଅଭିଭାବକ ଓ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗଦେଇ ବିଭିନ୍ନ ଅଭିନବ ସୃଜନାତ୍ମକ ଶିକ୍ଷଣ ଉପକରଣ ପ୍ରଦର୍ଶନ କରିଥିଲେ। ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ କଳାହାଣ୍ଡିର ଶିକ୍ଷକ ପ୍ରଶିକ୍ଷକ ଡଃ ଦିଗାମ୍ବର ନାଏକ ଯୋଗଦେଇ ନିପୁଣ ଓଡ଼ିଶାର ଲକ୍ଷ ଓ ବୈଶିଷ୍ଟ୍ୟ ଉପରେ ଅଭିଭାଷଣ ପ୍ରଦାନ କରିଥିଲେ। ଏହି ଅବସରରେ କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ଭେଜିଗୁଡା ସାଧନ କେନ୍ଦ୍ର ସଂଯୋଜକ ଦେବେନ୍ଦ୍ର ରାଉତଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ହୋଇଥିଲା।