ଲାଞ୍ଜିଗଡ଼ ବ୍ଲକସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଶ୍ଵନାଥପୁର ଗୋଷ୍ଠି ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଢ଼ଳଦେବ ମୁଣ୍ଡଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମେଳାରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ଯୋଗଦେଇ ଥିବାବେଳେ ମୁଖ୍ୟ ବକ୍ତା ଭାବେ ଲାଞ୍ଜିଗଡ଼ ବିଡ଼ିଓ ଶଶାଙ୍କ ପାତ୍ର ଯୋଗଦେଇ ଥିଲେ। ସମ୍ମାନିତ ଅତିଥି ଭାବେ ବରିଷ୍ଠ ଶିକ୍ଷକ ପ୍ରଶିକ୍ଷକ ଈଶ୍ୱର ବେହେରା,ସମାଜସେବୀ ହରିଶଙ୍କର ପାତ୍ର, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଲଷ୍ମୀପ୍ରିୟା ମୁଦୁଲି, ଅତିରିକ୍ତ ଶିକ୍ଷା ଅଧିକାରୀ ଭାରତ ଭୂଷଣ ସାହୁ ପ୍ରମୁଖ ମଞ୍ଚାସିନ ଥିଲେ। ଅତିଥି ମାନେ ନିପୁଣ ଓଡିଶା ମେଳାର ଉଦ୍ଦେଶ୍ୟ ଓ ଲକ୍ଷ୍ୟ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ। ଏହି ଅବସରରେ ଏକ ଶପଥ ପାଠ ମଧ୍ୟ କରାଯାଇଥିଲା। ପ୍ରଥମ ଶ୍ରେଣୀରୁ ତୃତୀୟ ଶ୍ରେଣୀର ଛାତ୍ରଛାତ୍ରୀମାନେ କିଭଳି ସହଜରେ ଭୟମୁକ୍ତ ହୋଇ ଶିକ୍ଷା ଗ୍ରହଣ କରିପାରିବେ ଏବଂ ଶିକ୍ଷକ ମାନଙ୍କ ଅପେକ୍ଷା ଛାତ୍ରଛାତ୍ରୀମାନେ କିଭଳି ଅଧିକରୁ ଅଧିକ ଭୂମିକା ଗ୍ରହଣ କରିବେ ସେ ସମ୍ପର୍କରେ ଆଲୋଚନା କରିଥିଲେ। ବରିଷ୍ଠ ଶିକ୍ଷକ ତପନ କୁମାର ଭୋଇ ଓ ଶିକ୍ଷକ ଲଳିତ ମୋହନ ମାଝୀ ମଞ୍ଚ ସଂଯୋଜନା କରିଥିବାବେଳେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଭରତ ଭୂଷଣ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ବ୍ଲକର ୧୩ଟି କ୍ଳଷ୍ଟରେ ଥିବା ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ମୌଳିକ ଭାଷା ଓ ସଂଖ୍ୟା ଜ୍ଞାନ ଉପରେ ବିଭିନ୍ନ ପ୍ରକଳ୍ପ ପ୍ରଦର୍ଶନ କରିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଏଥିରେ ରାଜ୍ୟ ସ୍ତରୀୟ ପୁରସ୍କାରପ୍ରାପ୍ତ ଦୁଇ ଜଣ ଶିକ୍ଷକ ଓ ବିଭିନ୍ନ ବିଦ୍ୟାଳୟର କିଛି ଶିକ୍ଷକ ଶିକ୍ଷୟିତ୍ରୀ ମଧ୍ୟ ମାନପତ୍ର ଦେଇ ସମ୍ମାନିତ କରାଯାଇଥିଲା। ଏହା ବିଭିନ୍ନ କାର୍ଯ୍ୟକ୍ରମ ସଫଳ ହାସଲ କରିଥିବା କୃତି ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା। ଏଥିରେ ପୂର୍ବତନ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପଦ୍ମ ଲୋଚନ ସୁନା, ବରିଷ୍ଠ ଶିକ୍ଷକ ଆଦିତ୍ୟ କୁମାର ପଣ୍ଡା କ୍ଲଷ୍ଟର ସଂଯୋଜକ ସୌଭାଗ୍ୟ ରଞ୍ଜନ ସାହୁ, କୁମାର ଗୈାରବ ପରିଡ଼ା, ଜଳନ୍ଦର ମାଝୀ, କୁମାର ଗୌରବ ପରିଡା, ପ୍ରବୀଣ ତାଣ୍ଡି, ବିଜୟ କୁମାର ରାଏ, ପ୍ରକାଶ ଚନ୍ଦ୍ର ପ୍ରଧାନ, ଦୁଃଖିଶ୍ୟାମ ବାରିକ, ଶିବରାମ ପ୍ରଧାନ, ଘାଶିରାମ ମାଝୀ, ତ୍ରିନାଥ ଶ୍ୟାମ କୁମାର, ସଞ୍ଜୀବ କୁମାର ସାହୁ, ପ୍ରଣବ କୁମାର ସରାଫ ପ୍ରମୁଖ ସହଯୋଗ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.