ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ଫେବୃୟାରୀ ୨୧ ଆନ୍ତର୍ଜାତୀୟ ମାତୃଭାଷା ଦିବସ। ଏହି କ୍ରମରେ କଳାହାଣ୍ଡି ଜିଲ୍ଲା ନର୍ଲା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ବୁଦ୍ଧ ନାଏକଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି। ବିଦ୍ୟାଳୟର ସମ୍ପାଦକ ଅଜୟ କୁମାର ନାଏକ ଓ ମୁଖ୍ୟ ବକ୍ତା ନର୍ଲା ଡିଗ୍ରୀ କଲେଜର ପ୍ରଧ୍ୟାପକ ସୁଶାନ୍ତ କୁମାର ସାହୁ ଯୋଗଦାନ କରି ମାତୃଭାଷାର ପ୍ରାଧାନ୍ୟତା ଉପରେ ଆଲୋକପାତ କରିଥିଲେ।ପ୍ରଥମେ ଦୀପ ପ୍ରଜ୍ଜ୍ୱଳନ ପରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ମାତୃଭାଷା ର ପ୍ରଚାର ପ୍ରସାର ପାଇଁ ଘୋଷ ବାଦ୍ୟ ସହ ଛାତ୍ର ଛାତ୍ରୀ ପଥ ସଞ୍ଚଳନ କରିଥିଲେ। ବିଦ୍ୟାଳୟର ସମ୍ପାଦକ ଶ୍ରୀ ନାଏକ ଛାତ୍ରଛାତ୍ରୀଙ୍କୁ ମାର୍ଗଦର୍ଶନ ଦେଇଥିଲେ। କାର୍ଯ୍ୟକ୍ରମ ଶେଷରେ ପ୍ରଧାନ ଆଚାର୍ଯ୍ୟ ଶ୍ରୀ ନାଏକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।