ପଞ୍ଚାୟତ ସମିତି ନର୍ଲାର ଷଷ୍ଠ ସାଧାରଣ ଅଧିବେଶନ 

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ଜିଲ୍ଲା ନର୍ଲା ପଞ୍ଚାୟତ ସମିତିର ୬ଷ୍ଠ ସାଧାରଣ ଅଧିବେଶନ ମଙ୍ଗଳବାର ଦିନ ଶାନ୍ତି ଶୃଙ୍ଖଳାର ସହ ସମାପନ ହୋଇଯାଇଛି। ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗାପ୍ରସାଦ ମହାନ୍ତିଙ୍କ ଅଧ୍ଯକ୍ଷତାରେ ଏନେଇ ଆୟୋଜିତ ବୈଠକରେ ବିଡ଼ିଓ ବିପିନ ବିହାରୀ ଦୀପ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ। ଏଥିରେ ବ୍ଲକ ଅଧ୍ୟକ୍ଷ ଶ୍ରୀ ମହାନ୍ତି, ବିଡ଼ିଓ ଶ୍ରୀ ଦୀପଙ୍କ ସମେତ କଳାହାଣ୍ଡି ଲୋକସଭା ସାଂସଦଙ୍କ ପ୍ରତିନିଧି ଆର୍ତ୍ତତ୍ରାଣ ମହାପାତ୍ର, ଜିଲ୍ଲା ପରିଷଦ ସଦସ୍ୟା ନମ୍ରତା ସାହୁ ଓ ଲିଲି ଦୀପ, ଜିଲ୍ଲା ପରିଷଦ ସଦସ୍ୟ ହରିଶଙ୍କର ମାଝୀ, ନର୍ଲା ବ୍ଲକ ସରପଞ୍ଚ ସଂଘ ସଭାପତି ଅନ୍ତରାମ ମାଝୀ ପ୍ରମୁଖ ମଞ୍ଚାସୀନ ରହି ବ୍ଲକର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟଗୁଡ଼ିକ ଉପରେ ଆଲୋକପାତ କରିଥିଲେ। ବୈଠକରେ ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟଜଳ, ବିଦ୍ୟୁତ, କୃଷି, ଉଦ୍ୟାନ କୃଷି, ମତ୍ସ୍ୟ ଓ ପଶୁପାଳନ ଆଦି ବିଭିନ୍ନ ବିଷୟରେ ଆଲୋଚନା ପର୍ଯ୍ୟାଲୋଚନା ହୋଇଥିଲା। ଏଥିରେ ୨୬ ଗୋଟି ପଞ୍ଚାୟତର ଅନେକ ସରପଞ୍ଚ, ସମିତି ସଭ୍ୟ/ ସଭ୍ୟା, ବିଭିନ୍ନ ବିଭାଗୀୟ କର୍ମଚାରୀ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.