ଶିକ୍ଷା ଓ ଶିକ୍ଷଣ ପ୍ରତିଷ୍ଠାନର ଛାତ୍ରୀ ନିବାସ ଉଦ୍ଘାଟନ କଲେ ଏମପି

ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୁବର୍ଣ୍ଣପୁର ଶିକ୍ଷା ଓ ଶିକ୍ଷଣ ପ୍ରତିଷ୍ଠାନର ଛାତ୍ରୀ ନିବାସ ମାନ୍ୟବର ସାଂସଦ ବଲାଙ୍ଗୀର ଙ୍କ କରକମଳରେ ଉଦଘାଟିତ ହୋଇଯାଇଛି। ୨୦୧୩-୧୪ ରୁ ପ୍ରାୟ ୯୮ ଲକ୍ଷ ବ୍ୟୟ ଅଟକଳରେ ଆରମ୍ଭ ହୋଇ ଅସମ୍ପୂର୍ଣ ରହିଥିବା ନବ ନିର୍ମାଣ ଛାତ୍ରୀ ନିବାସ ଆଜି ସମ୍ପୂର୍ଣ ହେବା ସହ ମାନ୍ୟବର ସାଂସଦ ବଲାଙ୍ଗୀର ଶ୍ରୀମତୀ ସିଂଦେଓ ଙ୍କ ଦ୍ୱାରା ଲୋକାର୍ପଣ ହୋଇଯାଇଛି। ୩୦ ଶଯ୍ୟା ବିଶିଷ୍ଟ ଏହି ଛାତ୍ରୀ ନିବାସ ଦ୍ୱାରା ବହୁ ଛାତ୍ରୀ ତଥା ଭବିଷ୍ୟତ ଶିକ୍ଷୟିତ୍ରୀ ଉପକୃତ ହେବେ ବୋଲି ଆୟୋଜିତ ସଭାରେ ମୁଖ୍ୟ ଅତିଥି ମାନ୍ୟବର ବଲାଙ୍ଗୀର ସାଂସଦ ଶ୍ରୀମତୀ ସଂଗୀତା କୁମାରୀ ସିଂଦେଓ ଉଲ୍ଲେଖ କରିଥିଲେ। ଅଧ୍ୟକ୍ଷ ଶ୍ରୀଯୁକ୍ତ ରାମଚନ୍ଦ୍ର ବାଗଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଲୋକାର୍ପଣ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଯୋଗଦେଇଥିଲେ। କାର୍ଯ୍ୟକ୍ରମ ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମାଝୀ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀଯୁକ୍ତ ଅଶ୍ୱିନୀ ମେହେର, ଉପଜିଲ୍ଲାପାଳ ବୀରମହାରାଜପୁର ଲଲାଟେନ୍ଦୁ ସି, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ମୀନାରାଣୀ ମଙ୍ଗଳ ସମେତ ତହସିଲଦାର, ବି ଡ଼ି. ଓ, ପ୍ରତିଷ୍ଠାନ ର ଛାତ୍ର ଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ କର୍ମଚାରୀ, ସାମ୍ବାଦିକ, ନେତୃସ୍ଥାନୀୟ ବ୍ୟକ୍ତି ବିଶେଷ ପ୍ରମୁଖ ଉପସ୍ଥିତ ରହିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.