ଦୈନିକ ଓଡ଼ିଆ ଖବରକାଗଜ ‘ଦର୍ଶନ’ର ବନ୍ଧୁ ମିଳନ କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି: ଜୁନାଗଡ଼ ସହରସ୍ଥିତ ବିଜୁ ପଟ୍ଟନାୟକ ଷ୍ଟାଡିୟମ ଠାରେ ରବିବାର ଦିନ ଦୈନିକ ଖବରକାଗଜ ‘ଦର୍ଶନ’ର ବନ୍ଧୁ ମିଳନ କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଧର୍ମଗଡ ବିଧାୟକ ସୁଧିର କୁମାର ପଟ୍ଟଯୋଶୀ, ସମ୍ମାନୀତ ଅତିଥି ଭାବେ ନର୍ଲା ବିଧାୟିକା ମନୋରମା ମହାନ୍ତି, ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ, ପୂର୍ବତନ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଭବସିନ୍ଧୁ ମଙ୍ଗରାଜ, ଦର୍ଶନ ଖବରକାଗଜର ସଂପାଦକ ବିଭୁତି ଭୁଷଣ ନାୟକ, ସହ ସମ୍ପାଦକ ପ୍ରଶମିତା ମହାନ୍ତି, ଜୟପ୍ରକାଶ ନାରାୟଣ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଓଡ଼ିଆ ଅଧ୍ୟାପକ ପରମେଶ୍ବର ମୁଣ୍ଡ, ଧର୍ମଗଡ଼ ବ୍ଲକ ସରପଞ୍ଚ ସଂଘ ସଭାପତି ହାତିରାମ ଦୁର୍ଗା, ବରିଷ୍ଠ ଆଇନଜୀବି ଦୁର୍ଗାପ୍ରସାଦ ନାଏକ, ଯୁବ ଉଦ୍ୟୋଗପତି ସନ୍ତୋଷ କୁମାର ସାହୁ ପ୍ରମୁଖ ଯୋଗଦେଇ ଉଦବୋଧନ ଦେଇଥିଲେ। ଏହି ଉପଲକ୍ଷେ ଦର୍ଶନ ଖବର କାଗଜ ପକ୍ଷରୁ କଳାହାଣ୍ଡି ଜିଲ୍ଳାର ବିଭିନ୍ନ ବର୍ଗ, ସମାଜସେବୀ ଓ ସାମ୍ବାଦିକ ମାନଙ୍କୁ ମାନପତ୍ର ଦେଇ ସମ୍ମାନୀତ କରାଯାଇଥିଲା। ଚିତ୍ତରଞ୍ଜନ ଦଳପତି ମଞ୍ଚ ପରିଚାଳନା କରିଥିବା ବେଳେ ଦୈନିକ ଖବରକାଗଜ ଦର୍ଶନର କଳାହାଣ୍ଡି ଜିଲ୍ଲା ପ୍ରତିନିଧି ଅନନ୍ତ କୁମାର ପାଳ ଓ ଜୁନାଗଡ଼ ବ୍ଲକ ପ୍ରତିନିଧି ହିମାଂଶୁ ଶେଖର ବରାଡ଼ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।  ଦର୍ଶନ ଖବର କାଗଜର ସମସ୍ତ ବ୍ଳକ ପ୍ରତିନିଧି ଉପସ୍ଥିତ ରହି ସହଯୋଗ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.