ରୁପ୍ରାରୋଡ ଠାରେ ବିଜେଡ଼ି ପକ୍ଷରୁ ନର୍ଲା ନିର୍ବାଚନ ମଣ୍ଡଳୀ ସ୍ତରୀୟ ବିଜୁ ଜୟନ୍ତୀ ପାଳନ 

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ଝଡ଼ର ଇଗଲ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ୧୦୯ତମ ଜନ୍ମ ଜୟନ୍ତୀ। ବିକାଶର ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛି ସାରା ରାଜ୍ୟ।  ବିଜୁ ବାବୁ ଓଡ଼ିଶା କିମ୍ବା ଦେଶରେ କାହିଁକି ସାରା ବିଶ୍ବରେ ଅନନ୍ୟ ପରିଚୟ ସୃଷ୍ଟି କରିପାରିଛନ୍ତି।

ଏହି ଅବସରରେ ନର୍ଲା ବ୍ଳକ ଅଧ୍ୟକ୍ଷ ଦୁର୍ଗାପ୍ରସାଦ ମହାନ୍ତିଙ୍କ ତତ୍ତ୍ୱାବଧାନରେ ରୁପ୍ରାରୋଡ ଠାରେ ନର୍ଲା ବିଧାନସଭା ନିର୍ବାଚନ ମଣ୍ଡଳୀସ୍ତରୀୟ ‘ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ଜୟନ୍ତୀ’ ପାଳିତ ହୋଇଯାଇଛି।

ଏନେଇ ଆୟୋଜିତ ସମାରୋହରେ ମୁଖ୍ୟଅତିଥି ଭାବେ ନର୍ଲା ବିଧାୟିକା ମନୋରମା ମହାନ୍ତି ଯୋଗଦେଇ ଝଡ଼ର ଇଗଲ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଗାଥା ବଖାଣି ତାଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ସମ୍ମାନୀତ ଅତିଥି ଭାବେ ବରିଷ୍ଠ ବିଜେଡ଼ି ନେତା ନିଳମଣି ସାହୁ, ବିକାଶ ରଞ୍ଜନ ସିଂଦେଓ, ପ୍ରଫୁଲ୍ଲ କୁମାର ନାଏକ, ଯୁବ ନେତା ମନମୋହନ ନାଏକ, ନର୍ଲା ବ୍ଲକ ମହିଳା ବିଜେଡ଼ି ସଭାପତି ପ୍ରମିଳା ପଧାନ, ବରିଷ୍ଠ ମହିଳା ନେତ୍ରୀ ପ୍ରମିଳା ଷଡ଼ଙ୍ଗୀ ପ୍ରମୁଖ ମଞ୍ଚାସୀନ ରହି ଓଡ଼ିଶା ପ୍ରତି ବିଜୁ ବାବୁଙ୍କ ଅବଦାନ ଉପରେ ଆଲୋକପାତ କରିବାସହ ବର୍ତ୍ତମାନର ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରିଥିଲେ।

ଶାନ୍ତପୁରର ପୂର୍ବତନ ସରପଞ୍ଚ ଟିକେଧର ସାହୁ ସ୍ବାଗତ ଭାଷଣ ପ୍ରଦାନ କରିଥିବାବେଳେ ଯୁବ ନେତା ଗୋବିନ୍ଦ ତାଣ୍ଡି ମଞ୍ଚ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ନର୍ଲା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ସ୍ଥାନରୁ ଆସିଥିବା ବିଜେଡି ବ୍ଲକ ଓ ପଞ୍ଚାୟତ ସଭାପତି/ କାର୍ଯ୍ୟକର୍ତ୍ତାଙ୍କ ସମେତ ବହୁ ସଂଖ୍ୟକ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ। ଶେଷରେ ସରୋଜ କୁମାର ରାଉତ ଧନ୍ୟବାଦ ଅର୍ପଣ କରିଥିଲେ।

 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.