ସୁଧୀର କୁମାର ପଣ୍ଡା ପାଇଲେ ରାଜ୍ୟପାଳ ପୁରସ୍କାର

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ମିଳିତ ପଞ୍ଚାୟତ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରୁପ୍ରା-ମୁସ୍କୁଟି ର ଇତିହାସ ଅଧ୍ୟାପକ ତଥା ଯୁବ ରେଡକ୍ରସ୍ ପରାମର୍ଶଦାତା ସୁଧୀର କୁମାର ପଣ୍ଡା ରାଜ୍ୟର ଶ୍ରେଷ୍ଠ ଯୁବ ରେଡକ୍ରସ୍ ପରାମର୍ଶଦାତା ଭାବେ ପୁରସ୍କୃତ ହୋଇଛନ୍ତି। ଭୁବନେଶ୍ଵର ରାଜ ଭବନର ନୂଆ ଅଭିଷେକ ପ୍ରେକ୍ଷାଳୟରେ ଏନେଇ ଆୟୋଜିତ ରାଜ୍ୟସ୍ତରୀୟ ଯୁବ ରେଡକ୍ରସ୍ ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡ଼ିଶାର ମହାମହିମ ରାଜ୍ୟପାଳ ତଥା ଭାରତୀୟ ରେଡକ୍ରସ୍ ସୋସାଇଟି, ଓଡ଼ିଶା ରାଜ୍ୟ ଶାଖାର ସଭାପତି ଡ. ହରିବାବୁ କମ୍ଭମପାଟି ଯୋଗଦେଇ ଶ୍ରୀଯୁକ୍ତ ପଣ୍ଡାଙ୍କୁ ୨୦୨୩-୨୪ବର୍ଷ ପାଇଁ ଶ୍ରେଷ୍ଠ ଯୁବ ରେଡକ୍ରସ୍ ପରାମର୍ଶଦାତା ଭାବେ ପୁରସ୍କାର ଓ ମାନପତ୍ର ଦେଇ ସମ୍ମାନିତ କରିଥିଲେ। ଏଠାରେ ଉଲ୍ଲେଖଯୋଗ୍ୟ ଯେ, ସୁଧୀର କୁମାର ପଣ୍ଡା ଜଣେ ନିୟମିତ ରକ୍ତଦାତା ତଥା ପ୍ରୋତ୍ସାହକ ଭାବେ ଜିଲ୍ଲାରେ ସୁପରିଚିତ। ରକ୍ତଦାନ ବ୍ୟତୀତ ଯୁବ ରେଡକ୍ରସ ଓ ରେଡ ରିବନ୍ କ୍ଲବ୍ ସମ୍ବନ୍ଧିତ ବିଭିନ୍ନ ସଚେତନ ମୂଳକ କାର୍ଯ୍ୟକ୍ରମ ସଂପାଦନ, ସଡ଼କ ସୁରକ୍ଷା, ବୃକ୍ଷ ରୋପଣ, ବିପର୍ଯ୍ୟୟ ପରିଚାଳନା ପରି ଉଲ୍ଲେଖନୀୟ ଅବଦାନ ଯୋଗୁଁ ରାଜ୍ୟପାଳ ପୁରସ୍କାର ପାଇଁ ତାଙ୍କୁ ମନୋନିତ କରାଯାଇଥିଲା। ତାଙ୍କର ଏହି ସଫଳତାରେ ଜିଲ୍ଲା ଯୁବ ରେଡକ୍ରସ୍ ଆବାହକ ସଂପାଦକ ସଂଜୀବ କୁମାର ସାହୁ, ଜିଲ୍ଲା ସଂଯୋଜକ ଶାନ୍ତନୁ କୁମାର ପରିଡ଼ା, ଜିଲ୍ଲାର ବିଭିନ୍ନ ମହାବିଦ୍ୟାଳୟର ଅଧ୍ୟକ୍ଷ ତଥା ପରାମର୍ଶଦାତା, ମିଳିତ ପଞ୍ଚାୟତ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ତପନ କୁମାର ଦାସଙ୍କ ସମେତ ସମସ୍ତ କର୍ମଚାରୀ ଓ ଶୁଭେଚ୍ଛୁମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.