ଜାମପଦର ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ 

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକ ଜାମପଦର ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ସୋମବାର ଦିନ ଏକ ବର୍ଣ୍ଣାଢ଼୍ୟ ପରିବେଶ ମଧ୍ୟରେ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପ୍ରେମଶିଳା ସେନାପତିଙ୍କ ଅଧ୍ୟକ୍ଷତାରେ ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବାଲସିଂହା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶଙ୍କର ମାଝୀ ଓ ସମ୍ମାନିତ ଅତିଥି ଭାବରେ ବରିଷ୍ଟ ସାମ୍ବାଦିକ ଅଭିରାମ ନନ୍ଦ ଯୋଗଦେଇ ମାର୍ଗଦର୍ଶନ ଦେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଉଗ୍ରେସନ ରଣା, ସମରେନ୍ଦ୍ର ରଣା ପ୍ରମୁଖ ଉପସ୍ଥିତ ରହିଥିଲେ। ବିଭିନ୍ନ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀ ମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। କାର୍ଯ୍ୟକ୍ରମ ଶେଷରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ବିଭିନ୍ନ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ/ସଦସ୍ୟା ଓ ଗ୍ରାମବାସୀ ଉପସ୍ଥିତ ଥିଲେ। ବିଦ୍ୟାଳୟର ସହ ଶିକ୍ଷକ ଓମପ୍ରକାଶ ନାଏକ ମଞ୍ଚ ପରି ଚାଳନା କରିଥିବାବେଳେ ପ୍ରଧାନ ଶିକ୍ଷୟତ୍ରୀ ପ୍ରେମଶିଳା ସେନାପତି ଧନ୍ୟବାଦ ଅର୍ପଣ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.