ଉଲୁଣ୍ଡା ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଅଶ୍ୱିନୀ ମେହେର ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ରାମ ପ୍ରସାଦ ସାହୁ, ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ ପ୍ରମୁଖ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୨ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୪୪ ଗୋଟି ଗ୍ରହଣ କରାଯାଇଥିବା ବେଳେ ୮ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି। ୨ଗୋଟି ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ଓ ୨ଗୋଟି ରେଡକ୍ରସ ଫଣ୍ଡରୁ ସହାୟତା ନିମନ୍ତେ ଦରଖାସ୍ତ ଗ୍ରହଣ କରାଯାଇଛି। ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବିଡିଓ ଚିନ୍ମୟ ମହାନନ୍ଦଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.