ଶ୍ୟାମ ବାବାଙ୍କ ଫାଲଗୁନ ମେଳା ଓ ନିଶାନ ପଦଯାତ୍ରା

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକ ଅନ୍ତର୍ଗତ ପଲସାପଡା ସ୍ଥିତ ଶ୍ୟାମ ମନ୍ଦିରରେ ଚାଲିଛି ଫାଲଗୁନ ମେଳା। ସୋମବାର ସକାଳେ ଏନେଇ ନିଶାନ ପଦଯାତ୍ରା ରୁପ୍ରାରୋଡ ଠାରୁ ପଲସାପଡା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି। ରୁପ୍ରାରୋଡର ଜଗଜୀବନ ଛୋଟେ ଲାଲ (ଶ୍ୟାମ ପରିବାର)ଙ୍କ ଘର ଠାରୁ ବାବାଙ୍କ ନିଶାନ ପଦ ଯାତ୍ରା ଆରମ୍ଭ ହୋଇ ପଲସା ପଡା ଶ୍ୟାମ ମନ୍ଦିର ପର୍ଯ୍ୟନ୍ତ ଯାଇଥିଲା। ଏଠାରେ ପ୍ରକାଶ ଯୋଗ୍ୟ ଯେ, ଏହି ଶ୍ୟାମ ମନ୍ଦିର ୧୯୭୪ ମସିହାରେ ପଲସାପଡା ଠାରେ ସ୍ଥାପିତ ହୋଇଅଛି। ଏହା ହେଉଛି ଓଡିଶାରେ ଦ୍ୱିତୀୟ ପୁରୁଣା ଶ୍ୟାମ ମନ୍ଦିର। ତେବେ ଏହି ପଦ ଯାତ୍ରାରେ ଶ୍ୟାମ ପରିବାରର ସମସ୍ତ ସଦସ୍ୟଙ୍କ ସମେତ ରୁପ୍ରାରୋଡ, ଧର୍ମଗଡ଼, ଜୁନାଗଡ, କେସିଙ୍ଗା, ସମ୍ବଲପୁର, ଝାରସୁଗୁଡା, ଭବାନୀପାଟଣା, ଲଡ଼ୁଗାଁ, ବରଗଡ, ଟିଟିଲାଗଡ଼ର ଶହ ଶହ ଶ୍ରଦ୍ଧାଳୁ ସାମିଲ ହୋଇଥିଲେ। ମଙ୍ଗଳ ଆଳତି କରି ବାବାଙ୍କୁ ଏକ ସୁସଜ୍ଜିତ ରଥରେ ନଗର ପରିକ୍ରମା କରି ଭଜନ ଓ ଜୟ ଗାନ କରି ମନ୍ଦିରକୁ ଅଣା ଯାଇଥିଲା। ରୁପ୍ରାରୋଡ ଶ୍ୟାମ ଭକ୍ତ ରାଧେଶ୍ୟାମ ଶର୍ମା, ରାମ ଚନ୍ଦ୍ର ଶର୍ମା, ଶ୍ୟାମ ସୁନ୍ଦର ଶର୍ମା, ଅଶୋକ କମାନୀ, ଦୀନେଶ ଅଗ୍ରୱାଲ, ବିଜୟ ଅଗ୍ରୱାଲ, ସୁନୀଲ ଶର୍ମା, ସୁରେଶ, ପୱନ, ଅମିତ, ସନ୍ଦୀପ, ସୁମିତ, ପ୍ରଦୀପ, ପ୍ରମୋଦ ଏବଂ ଶ୍ୟାମ ପରିବାରର ଭକ୍ତମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.