ଯମୁନାବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ରଜତ ବଂଶଲ): ଯମୁନାବାହାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ୨୦୨୪-୨୫ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ବିଶ୍ଵନାଥ ଭୋଇ, ଉପାଧ୍ୟକ୍ଷ ବିଜୟ କୁମାର ପଧାନ, ଦଧିବାମନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର କଳା ଶିକ୍ଷକ ଦେବରାଜ ପଧାନ ପ୍ରମୁଖ ଅତିଥି ଭାବରେ ଯୋଗଦେଇଥିଲେ।

ବିଦ୍ୟାଳୟର ପ୍ରଧାନଶିକ୍ଷକ ଚତୁର୍ଭୁଜ ମାଝୀ ସଭାପତିତ୍ବ କରିଥିବାବେଳେ ମୁଖ୍ୟ ଅତିଥି ଭାବେ ଯମୁନାବାହାଲ ଗ୍ରାମର ବରପୁତ୍ର ଭାବେ ପରିଚିତ ଜାତୀୟ ସ୍ତରର ଫୁଟବଲ ଖେଳାଳୀ ଜଗଦୀଶ ଚନ୍ଦ୍ର ପଧାନ ଯୋଗଦେଇଥିଲେ।

ପ୍ରଧାନଶିକ୍ଷକ ଚତୁର୍ଭୁଜ ମାଝୀ ବାର୍ଷିକ ବିବରଣୀ ଉପସ୍ଥାପନ କରିଥିଲେ। ଉତ୍ସବରେ ଗ୍ରାମବାସୀ ଉତ୍ସାହର ସହ ସାମିଲ ହୋଇଥିଲେ।

କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଡକ୍ଟର ଜୟନ୍ତ କୁମାର ପତି। ଡୋଳାମଣି ମାଝୀ, ଆଦିକନ୍ଦ ପଧାନ, ସୀମାଞ୍ଚଳ ଛତ୍ରିଆ, ରଶ୍ମିତା ପଟ୍ଟନାୟକ ପ୍ରମୁଖ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ।

ବିଦ୍ୟାଳୟର ପୁରାତନ ଛାତ୍ରଛାତ୍ରୀ ମାନଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରିଥିଲେ ଶେଷରେ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ବିଶ୍ଵନାଥ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.