ବିନିକା ଠାରେ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୬୮ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ସେଥିରୁ ବ୍ୟକ୍ତିଗତ ଦରଖାସ୍ତ ୫୨ ଗୋଟି ଗ୍ରହଣ କରାଯାଇଥିବା ବେଳେ ୧୬ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି। ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବିଡିଓ ମଣ୍ଟୁ ଖମାରୀଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର, ଉପଜିଲ୍ଲାପାଳ ସୋନପୁର ଶ୍ରୀମତୀ ସୌମ୍ୟାରୁପା ରଥ, ବିନିକା ପଞ୍ଚାୟତ ସମିତି ଅଧ୍ୟକ୍ଷା ଦିପ୍ତୀରେଖା ନନ୍ଦ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.