ବରଯାତ୍ରୀ ଗାଡି ଦୁର୍ଘଟଣାଗ୍ରସ୍ତ: ଡ୍ରାଇଭର ମୃତ, ୬ ଗୁରୁତର

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା ଚିଲିଗୁଡା ଗାଁ ନିକଟରେ ରାସ୍ତା କଡ଼ରେ ଆଜି ଭୋର ସମୟରେ ଏକ ବରଯାତ୍ରୀ ଗାଡି ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଦୁର୍ଘଟଣାରେ ଗାଡି ଡ୍ରାଇଭର ଭଜନ କରଙ୍କ ମୃତ୍ୟୁ ହୋଇଥିବାବେଳେ ୬ ଜଣ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକ ଓ ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ସହାୟତାରେ ଗୁରୁତରଙ୍କୁ ଉଦ୍ଧାର କରି କୋକସରା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମୃତକ ହେଲେ ଜୁନାଗଡ଼ ଥାନା ବରଗାଁର ଭଜନ କର। ଗୁରୁତର ମାନେ ହେଲେ ସୁବାଷ ଖମାରୀ, ବବଲୁ ହରିଜନ, ସୁମନ୍ତ କର, ଧର୍ମରାଜ କର, ଅରୁପ ଖମାରି, ତୋଫାନ ସୁନାନୀଙ୍କୁ ପ୍ରାଥମିକ ଚିକିତ୍ସା ପରେ ଜିଲ୍ଲା ମୁଖ୍ୟାଳୟ ଚିକିତ୍ସାନୟକୁ ସ୍ଥାନାନ୍ତର କରାଯାଇଛି। ଛତିଶଗଡ଼ କେରଣ୍ଡୁଲରୁ ବରଯାତ୍ରୀ ଯାଇ ଫେରୁଥିବାବେଳେ ଦୁର୍ଘଟଣା ଘଟିଥିଲା। କୋକସରା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.