ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ସରକାରୀ ପ୍ରାଥମିକ ବିଦ୍ୟାଳୟ ନାନ୍ଦକନା ଠାରେ ପ୍ରଥମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ଼ ବ୍ଳକ ଅଧ୍ୟକ୍ଷା କମଳା ପାତ୍ର, ମୁଖ୍ୟ ବକ୍ତା ଭାବେ ଲାଞ୍ଜିଗଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଷିଆ ମେହେର, ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଢଳଦେବ ମୁଣ୍ଡ, ଭଟାଙ୍ଗପଦର ସରପଞ୍ଚ ଦଶମୀ ମାଝୀ, ସମିତି ସଭ୍ୟ ରୁପେନ ଛତ୍ରିଆ, ପିଇଓ ସୁଶାନ୍ତ ମାଝୀ, ଭଟାଙ୍ଗପଦର କ୍ଳଷ୍ଟରର ସିଆରସିସି ମନୋଜ କୁମାର ସାହୁ, ମୁଖ୍ୟମନ୍ତ୍ରୀ ଜିଲ୍ଲା ଶିକ୍ଷା ପୁରସ୍କାର ପ୍ରାପ୍ତ ଶିକ୍ଷକ ଆଦିତ୍ୟ କୁମାର ପଣ୍ଡା ଓ ବିଦ୍ୟାଳୟ ସଭାପତି ରଘୁନାଥ ମାଝୀ ଯୋଗ ଦେଇଥିଲେ। ପ୍ରଧାନ ଶିକ୍ଷକ ଅନିଲ୍ କୁମାର ତ୍ରିପାଠୀ ବାର୍ଷିକ ବିବରଣୀ ପାଠ କରିଥିଲେ। ବିଦ୍ୟାଳୟ ତରଫରୁ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ବିଦ୍ୟାଳୟର ସହ ଶିକ୍ଷକ ଶଶୀ ଭୂଷଣ ବାଣୁଆ ସଭା ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।