ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ତୃତୀୟଲିଙ୍ଗ ଦୃଶ୍ୟ ମାନତା ଦିବସ  କର୍ମଶାଳା 

ଓଡ଼ିଆ ବାର୍ତ୍ତା/ ଗଜପତି (ଗଣେଶ କୁମାର ରାଜୁ): ଗଜପତି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ୱାରା ଜିଲ୍ଲା ସ୍ତରୀୟ ତୃତୀୟ ଲିଙ୍ଗୀ ଦୃଶ୍ୟମାନତା ଦିବସ-୨୦୨୫ ପାଳନ ଅବସରରେ ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଠାରେ ଏକ ସଚେତନତା କର୍ମଶାଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଉପ-ଜିଲ୍ଲାପାଳ ଶ୍ରୀ ଅନୁପ ପଣ୍ଡାଙ୍କ ଅଧ୍ୟକ୍ଷତାରେ ସମ୍ମାନିତ ଅତିଥି ଭାବେ ନୂଆଗଡ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲୋକନାଥ ଶବର , ପାରଳାଖେମୁଣ୍ଡି ପୌର ପରିଷଦ ନିର୍ବାହୀ ଅଧିକାରୀ ଶ୍ରୀ ଲକ୍ଷ୍ମଣ କୁମାର ମୁର୍ମୁ , ଶ୍ରୀମତୀ ପି.ସୁନିତା, ପରିଚାଳିକା , ଏସ:ଡବ୍ଲୁ:ଡ଼ବ୍ଲୁ:ଏସ: ସ୍ଵେଛା ସେବୀ ସଂଗଠନ ଏବଂ କିନ୍ନର ସଂଘର ଜସ୍ମିନ ଶେଖ ଓ ମଧୁ ବରାଡ ପ୍ରମୁଖ ମଞ୍ଚାସୀନ ହୋଇଥିଲେ । ଉକ୍ତ କାର୍ଯକ୍ରମରେ ତୃତୀୟ ଲିଙ୍ଗୀଙ୍କ ନିମନ୍ତେ ବିଭିନ୍ନ ସରକାରୀ ଯୋଜନା ଓ ଅଧିନୀୟମ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇ ଆଲୋଚନା ହୋଇଥିଲା । ଏହି କାର୍ଯକ୍ରମରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରରୁ ତୃତୀୟ ଲିଙ୍ଗୀ ବ୍ୟକ୍ତିବିଶେଷ , ଜିଲ୍ଲା ଓ ବ୍ଲକର ସାମାଜିକ ସୁରକ୍ଷା ବିଭାଗର ସମସ୍ତ କର୍ମଚାରୀବୃନ୍ଦ , ସ୍ଵେଛାସେବୀ ସଂଗଠନର କର୍ମକର୍ତ୍ତା ଯୋଗ ଦେଇଥିଲେ ।ଶେଷରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ସନ୍ତୋଷ କୁମାର୍ ନାୟକ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Omkar Vasthu
Omkar Vasthu

 

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.