ରୁପ୍ରାରୋଡ ଠାରେ ନର୍ଲା ନିର୍ବାଚନ ମଣ୍ଡଳୀ ବିଜେଡ଼ି ପକ୍ଷରୁ ଓଡ଼ିଶା ଦିବସ ପାଳନ

ଓଡ଼ିଆ ବାର୍ତ୍ତା କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ରୁପ୍ରାରୋଡ ବିଜୁ ଜନତା ଦଳ କାର୍ଯ୍ୟାଳୟଠାରେ ନର୍ଲା ନିର୍ବାଚନ ମଣ୍ଡଳୀ ବିଜେଡ଼ି ପକ୍ଷରୁ ଓଡ଼ିଶା ଦିବସ ପାଳିତ ହୋଇଯାଇଛି। ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗାପ୍ରସାଦ ମହାନ୍ତିଙ୍କ ଅଧ୍ଯକ୍ଷତାରେ ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନର୍ଲା ବିଧାୟିକା ମନୋରମା ମହାନ୍ତି ଯୋଗଦେଇ ଓଡ଼ିଶା ଦିବସ ପାଳନର ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିବା ସହିତ ଉତ୍କଳର ବରପୁତ୍ରମାନଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସମ୍ମାନୀତ ଅତିଥି ଭାବେ ନର୍ଲା ସରପଞ୍ଚ ସଂଘ ସଭାପତି ଅନ୍ତରାମ ମାଝୀ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ନିଳମଣି ସାହୁ ମଞ୍ଚାସୀନ ଥିଲେ। ଯୁବ ନେତା ସରୋଜ ରାଉତ ମଞ୍ଚ ପରିଚାଳନା କରିଥିବାବେଳେ ଶେଷରେ ଗୋବିନ୍ଦ ତାଣ୍ଡି ଧନ୍ୟବାଦ ଅର୍ପଣ କରିଥିଲେ। ସଭାରେ ନର୍ଲା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସମସ୍ତ ବ୍ଲକ ଓ ପଞ୍ଚାୟତ ଅଞ୍ଚଳର ବିଜେଡ଼ି କାର୍ଯ୍ୟକର୍ତ୍ତା ଓ କର୍ମୀମାନେ ଉପସ୍ଥିତ ଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.