ଜୟପାଟଣା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରୁ ଶିକ୍ଷା ରଥର ଶୁଭାରମ୍ଭ

ଓଡ଼ିଆ ବାର୍ତ୍ତା/ ଜୟପାଟଣା ( ଧନେଶ୍ଵର ପୁଞ୍ଜି) : କଳାହାଣ୍ଡି ଜିଲ୍ଲା ଜୟପାଟଣା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ୨୦୨୫-୨୬ ଶିକ୍ଷା ବର୍ଷ ପାଇଁ ‘ଶିକ୍ଷା ରଥ’ର ଶୁଭ ଉଦ୍ଘାଟନ ହୋଇଯାଇଛି। ଏହି ଶିକ୍ଷା ରଥ ଟିକୁ ଜୟପାଟଣା ତହସିଲଦାର ରଘୁନାଥ ମଣ୍ଡାରୀ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏ ନେଇ ଆୟୋଜିତ କାର୍ଯ୍ୟକ୍ରମରେ ଜୟପାଟଣା ଜିଲ୍ଲା ପରିଷଦ ଜୋନ ୩ ର ପ୍ରତିନିଧି ଦିଲ୍ଲୀପ ରାଉତ, ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରେମ ନାରାୟଣ ପଣ୍ଡା, ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ସୁରେନ୍ଦ୍ର ମୋହନ ଯୋଶୀ, ତଥା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ପଣ୍ଡା ପ୍ରମୁଖ ଯୋଗଦେଇ ଥିଲେ। ଶିକ୍ଷାର ପ୍ରଚାର ପ୍ରସାର କ୍ଷେତ୍ରରେ ଶିକ୍ଷାରଥ ବହନ କରୁଥିବା ବାର୍ତ୍ତାକୁ ଜୟପାଟଣା ଗୋଷ୍ଠୀ ଶିକ୍ଷା ଅଧିନରେ ଥିବା ସମସ୍ତ ବିଦ୍ୟାଳୟକୁ ପହଞ୍ଚାଇବା ହେଉଛି ଏହାର ମୂଳ ଲକ୍ଷ୍ୟ। ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ପ୍ରସ୍ତୁତି ହୋଇଥିବା ଏହି ରଥର ସୁପରିଚାଳନା ପାଇଁଁ ସମସ୍ତ ୧୨ ଗୋଟି କ୍ଳଷ୍ଟରର ଆଞ୍ଚଳିକ ସାଧନ କେନ୍ଦ୍ରର ସଂଯୋଜକ ମାନେ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.