ମୁରସିଙ୍ଗ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ କାର୍ଯ୍ୟକ୍ରମ 

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନୂଆ କରି ପାଠ ଆରମ୍ଭ କରୁଥିବା ପିଲାମାନଙ୍କ ପାଇଁ ଅପ୍ରେଲ ୨ରେ ‘ଶିଶୁ ବାଟିକା’ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି ଓଡ଼ିଶା ସରକାର। ଏଥିସହ ‘ପ୍ରବେଶ ଉତ୍ସବ’ ଏବଂ ‘ଖଡ଼ି ଛୁଆଁ’ କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ ହେଉଛି। ଏହି କ୍ରମରେ ନର୍ଲା ବ୍ଲକ ଅନ୍ତର୍ଗତ ମୁର୍ସିଙ୍ଗ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶରତ ଚନ୍ଦ୍ର ଭୋଇଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ଉତ୍ସବରେ ଅବିଭାବକ, ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ସଦସ୍ୟା ଓ ଗ୍ରାମର ଅନେକ ଜନସାଧାରଣ ଉପସ୍ଥିତ ଥିଲେ। ବିଦ୍ୟାଳୟକୁ ସୁନ୍ଦର ଭାବେ ସଜ୍ଜିତ କରାଯାଇ ହୋମ ଯଜ୍ଞ କରାଯାଇଥିଲା। ଶିଶୁ ବାଟିକା ଓ ପ୍ରଥମ ଶ୍ରେଣୀରେ ନାମ ଲେଖାଇଥିବା ଛାତ୍ରଛାତ୍ରୀମାନଙ୍କୁ ସ୍କୁଲ ଫାଟକରେ ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକ, ଶିକ୍ଷୟତ୍ରୀମାନେ ଫୁଲ ଚନ୍ଦନ ଦେଇ ସ୍ବାଗତ କରିବା ସହ ଶ୍ରେଣୀ କକ୍ଷକୁ ପାଛୋଟି ନେଇଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟତ୍ରୀମାନେ ସହଯୋଗ କରିଥିଲେ। 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.