ଓଡ଼ିଆରେ ନାମ ଫଳକ ଲିଖନ ନିମନ୍ତେ ରାୟଗଡ଼ାରେ ସଚେତନତା ପଦଯାତ୍ରା

ଓଡ଼ିଆ ବାର୍ତ୍ତା/ ରାୟଗଡ଼ା (ପଦ୍ମନ ଭତ୍ରା): ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଧେଶ ଅନୁଯାୟୀ ୧ ଏପ୍ରିଲ ୨୦୨୫ ଠାରୁ ୧୪ ଏପ୍ରିଲ ୨୦୨୫ ପର୍ୟ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରାଯାଉଛି । ଏହି ଅବସରରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ରାୟଗଡ଼ା ଙ୍କ ମିଳିତ ସହଯୋଗରେ ଆଜି ଏପ୍ରିଲ ୪ ତାରିଖ ସକାଳ ୭.୩୦ମି ସମୟରେ ରାୟଗଡ଼ା ସହରରେ ଅବସ୍ଥିତ ସମସ୍ତ ଦୋକାନ ଓ ବାଣିଜ୍ୟ ପ୍ରତିଷ୍ଠାନ ଗୁଡିକରେ ଓଡ଼ିଆ ଭାଷାରେ ନାମ ଫଳକ ପ୍ରଦର୍ଶନ ନିମନ୍ତେ ଏକ ସଚେତନତା ପଦଯାତ୍ରା ଅଭିଯାନ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟରୁ ଆରମ୍ଭ ହୋଇ ରାୟଗଡ଼ା ସହର ର ବିଭିନ୍ନ ସ୍ଥାନ ପରିକ୍ରମା କରି ଶ୍ରମ କାର୍ଯ୍ୟାଳୟ ପାଖରେ ଶେଷ ହୋଇଛି । ଏଥିରେ ସ୍ଵୟଂଶାସିତ ମହାବିଦ୍ୟାଳୟ ରାୟଗଡ଼ା, ସେଞ୍ଚୁରିୟାନକଲେଜ ରାୟଗଡ଼ ସହ ସହରର ଅନେକ ଶିକ୍ଷାନୁଷ୍ଠାନ ର ଛାତ୍ରଛାତ୍ରୀ ଏବଂ ଜିଲ୍ଳାର ବିଭିନ୍ନ ବିଭାଗର ପଦାଧିକାରୀ ଯଥା ଅତିରିକ୍ତ ଜିଲ୍ଲାପାଳ, ପ୍ରକଳ୍ପ ଅଧିକାରି, ଆଇ.ଟି.ଡି.ଏ, ଜିଲ୍ଲା ସୁଚନା ଓ ଲୋକ ସମ୍ପର୍କ ଅଧିକାରୀ, ନିର୍ବାହୀ ଅଧିକାରୀ ରାୟଗଡ଼ ପୌର ପରିଷଦ, ଜିଲ୍ଲା ସଂସ୍କୃତି ଅଧିକାରୀ, ବିଭାଗୀୟ ଶ୍ରମ ଆୟୁକ୍ତ,  ମାନବାଧିକାର କର୍ମୀ ଏବଂ ଶକ୍ତି ଅନୁଷ୍ଠାନ ର ସଦସ୍ୟ, ଶ୍ରମ କାର୍ଯ୍ୟାଳୟର ସମସ୍ତ କର୍ମକର୍ତ୍ତା ଏବଂ ଗଣ ମାଧ୍ୟମ ପ୍ରତିନିଧି ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ବୁଦ୍ଧିଜୀବୀ ଉପସ୍ଥିତ ଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.