ଶାନ୍ତି ନଗର ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଓଡ଼ିଆ ବାର୍ତ୍ତା/ କଲ୍ୟାଣ ସିଂହପୁର (ପଦ୍ମନ ଭତ୍ରା): ରାୟଗଡା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଲକ ପୂଜାରୀଗୁଡା ପଞ୍ଚାୟତରେ ଥିବା ଶାନ୍ତି ନଗର ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ନରହରି ନାଏକଙ୍କ ଅଧକ୍ଷତାରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି | ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ସି.ଆର.ସି.ସି. ଦିଲିପ ପ୍ରଧାନ, ମୁଖ୍ୟ ବକ୍ତା ଉତ୍ତମ ପାତ୍ର, ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସଦା ବାଗ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ମାର୍ଗଦର୍ଶନ ଦେଇଥିଲେ। ଏଥିରେ କ୍ଲଷ୍ଟର ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ, ଅବିଭାବକ ଅବିଭାବିକା ଓ ସ୍ଥାନୀୟ ଜନସାଧାରଣ ଉପସ୍ଥିତ ଥିଲେ| ବିଦ୍ୟାଳୟର କୁନି କୁନି ଛାତ୍ର ଛାତ୍ରୀଙ୍କୁ ନେଇ ବିଭିନ୍ନ ପ୍ରକାର ପ୍ରତିଯୋଗିତା ସହ ନୃତ୍ୟ ଗୀତର ଆସର ଅନୁଷ୍ଠିତ ହୋଇଥିଲା | 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.