ସୋନପୁର ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଅଭିଯୋଗ ଶୁଣାଣି

ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ଆଜି ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୁବର୍ଣ୍ଣପୁର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ରାମ ପ୍ରସାଦ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୩ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ୧୫ ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୮ ଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା।ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବିଡ଼ିଓ ସୋନପୁର ସଂଜୀବ କୁମାର ସାହୁଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପଜିଲ୍ଲାପାଳ ସୋନପୁର ଡଃ ସୌମ୍ୟାରୂପା ରଥ ସମେତ ତହସିଲଦାର ସୋନପୁର ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ। ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଅଭିଯୋଗ ସମାଧାନ ଶିବିର ପ୍ରତ୍ୟେକ ମାସ ପ୍ରଥମ ସୋମବାର ଦିନ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେଉଥିଲା, ମାତ୍ର ଏଣୁ ଏଣିକି ଆସନ୍ତା ମାସ ଠାରୁ ସୋନପୁର ବ୍ଲକ ପାଇଁ ହେବାକୁ ଥିବା ଯୁଗ୍ମ ଅଭିଯୋଗ ପ୍ରକୋଷ୍ଠ ଶିବିର ସୋନପୁର ବ୍ଲକ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେବ। ଏଣୁ ସମସ୍ତ ଜନସାଧାରଣ ନିର୍ଧାରିତ ତାରିଖରେ ଉପରୋକ୍ତ ସ୍ଥାନରେ ନିଜର ଆପତ୍ତି ଅଭିଯୋଗ ନିମନ୍ତେ ଯୋଗଦାନ କରିପାରିବେ। ପୁନଶ୍ଚ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ସୁବିଧା ହେତୁ ସକାଳ ୭ ଘଟିକାରୁ ସକାଳ ୧୦ ଘଟିକା ପର୍ଯ୍ୟନ୍ତ ଅଭିଯୋଗକାରୀ ଜିଲ୍ଲାର ବିଭିନ୍ନ ବ୍ଲକ ସ୍ତରରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଜନଶୁଣାଣୀ ଶିବିରରେ ସାକ୍ଷତକାର କରିବେ। ତା ସହ ଅଭିଯୋଗକାରୀ ଅନୁଷ୍ଠିତ ପ୍ରତ୍ୟେକ ଜନଶୁଣାଣୀ ସୋମବାରର ପୂର୍ବ ଶୁକ୍ରବାର ଦିନ ୧୧ ଘଟିକାରୁ ଶନିବାର ରାତି ୧୨ ଘଟିକା ପର୍ଯ୍ୟନ୍ତ ଅନଲାଇନ ଜରିଆରେ http://janasunani.odisha.gov.in ୱେବ ସାଇଟରେ ସ୍ଲଟ ଵୁକ୍ କରିବେ ଏବଂ ସ୍ୱୀକୃତି ସ୍ଲିପ ସହିତ ନିର୍ଦ୍ଧାରିତ ତାରିଖ ଏବଂ ସମୟ ଅନୁଯାୟୀ ଅଭିଯୋଗ ପ୍ରକୋଷ୍ଠରେ ପ୍ରବେଶ କରିବା ନିମନ୍ତେ ଅନୁରୋଧ କରାଯାଉଛି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.