ସିର୍ଜାପାଲି ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ସମାରୋହ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): କେସିଙ୍ଗା ବ୍ଲକ ବେଲଖଣ୍ଡି କ୍ଲଷ୍ଟର ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ ସିର୍ଜାପାଲିର ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବୁଧବାର ସନ୍ଧ୍ୟାରେ ଏନେଇ ଆୟୋଜିତ ଉଦଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗାପ୍ରସାଦ ମହାନ୍ତି ଯୋଗଦେଇ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ମାର୍ଗଦର୍ଶନ ଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଚିତ୍ତରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ସିର୍ଜାପାଲି ସରପଞ୍ଚ  ପ୍ରମୋଦ କୁମାର ଦାଶ, ସମ୍ମାନିତ ଅତିଥିଭାବେ ବେଲଖଣ୍ଡି ଘାସିରାମ ଦୋରା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପୁଷ୍ପଧ୍ବଜ ବାଗ, ପୂର୍ବତନ ସରପଞ୍ଚ ଘନଶ୍ୟାମ ଗହୀର, ପୂର୍ବତନ ପ୍ରଧାନ ଶିକ୍ଷକ ମକଳିଙ୍ଗ ଗହୀର, ସ୍କୁଲ ପରିଚାଳନା କମିଟି ଅଧ୍ୟକ୍ଷ ବୁଧଚନ୍ଦ୍ର ଭୋଇ ପ୍ରମୁଖ ଉପସ୍ଥିତ ଥିଲେ। ସାମ୍ବାଦିକ ରୋହିତ କୁମାର ସାହୁ ମଞ୍ଚ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀମାନେ ସହଯୋଗ କରିଥିଲେ। ବିଭିନ୍ନ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା।

Omkar Vasthu
Omkar Vasthu

 

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.