ଓଡ଼ିଶା ପକ୍ଷ ପାଳନ ଅବସରରେ ଲୋକକଳା ପାଇଁ ଦିନଟିଏ  କାର୍ଯ୍ୟକ୍ରମ 

ଓଡ଼ିଆ ବାର୍ତ୍ତା/ ଗଜପତି (ଗଣେଶ କୁମାର ରାଜୁ): ଓଡ଼ିଶା ପକ୍ଷ ପାଳନ ଉପଲକ୍ଷେ ଆଜି ଗଜପତି ଜିଲ୍ଲା ଗୋସାଣୀ ବ୍ଲକ ଅନ୍ତର୍ଗତ ଅଗରଖଣ୍ଡି ଗ୍ରାମ ପଞ୍ଚାୟତର ଐତିହ୍ୟ ସମ୍ପନ୍ନ ତଥା ଲୋକକଳା ଗ୍ରାମ ଭାବେ ପରିଚିତ ବଡ଼ ଗାଁ ଗ୍ରାମରେ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଜିଲ୍ଲା ପ୍ରଶାସନ ଦ୍ଵାରା ଆୟୋଜିତ “ଲୋକକଳା ପାଇଁ ଦିନ ଟିଏ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ ଯୋଗ ଦେଇ ଲୋପ ପାଇ ଯାଉଥିବା ଲୋକକଳାକୁ ଉଜ୍ଜୀବିତ ରଖିବା ପାଇଁ ଏବଂ ସମସ୍ତ କଳାକାରଙ୍କୁ ପ୍ରୋତ୍ସାହିତ କରିବା ପାଇଁ ଏଭଳି ପ୍ରୟାସ କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଜିଲ୍ଲାପାଳ ଶ୍ରୀ ଦାସ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜ, ଉପ-ଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା, ଗୋସାଣୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ଏନ.ବୀରାରାଜୁ, ଗୋସାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୌର ଚନ୍ଦ୍ର ପଟ୍ଟାନାୟକ, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ପ୍ରଦୀପ୍ତ ଗୁରୁମାୟୀ ପ୍ରମୁଖ ମଞ୍ଚାସୀନ ଥିଲେ ।

ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସାଧାରଣ ଜନତାଙ୍କ ଆଗ୍ରହ ସହକାରେ ଏକ ଐତିହ୍ୟ ପୂର୍ଣ୍ଣ ମନୋରମ ପରିବେଶ ମଧ୍ୟରେ “ଲୋକକଳା ପାଇଁ ଦିନ ଟିଏ” କାର୍ଯ୍ୟକ୍ରମ ଆୟୋଜନ କରା ଯାଇଥିଲା । ଏହି ଗ୍ରାମର ପ୍ରତ୍ୟେକ ବ୍ୟକ୍ତି ବିଶେଷ ଲୋକକଳା କୁ ନିଜ ଜୀବନ ଶୈଳୀରେ ପ୍ରତିପାଦିତ କରିବା ସହ ତାକୁ ଜୀବିତ ରଖି ନୂଆ ପିଢ଼ିକୁ ପ୍ରଦାନ କରୁଥିବାରୁ ଆମ ସମାଜ କୁ ସୁନ୍ଦର ବାର୍ତ୍ତା ପ୍ରଦାନ କରୁଛନ୍ତି।

ଏହି କାର୍ଯ୍ୟକ୍ରମରେ ଗ୍ରାମର ବରିଷ୍ଠ ଓ କନିଷ୍ଠ କଳାକାର ମାନେ ସେମାନଙ୍କ କଳା ପ୍ରଦର୍ଶନ କରିଥିବା ବେଳେ ସେମାନଙ୍କୁ ଜିଲ୍ଲାପାଳ ଓ ମଞ୍ଚାସୀନ ଅତିଥି ମାନଙ୍କ ଦ୍ଵାରା ସମ୍ବର୍ଦ୍ଧିତ କରା ଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ, ସମିତି ସଭ୍ୟା, କଳାକାର ଶ୍ରୀ ହରେ କୃଷ୍ଣ ବିଶ୍ଵାଳ ସମେତ ଗ୍ରାମର ସମସ୍ତ ଲୋକ କଳାକାର ଓ ସ୍ଥାନୀୟ ଜନ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.