ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ 

ଓଡ଼ିଆ ବାର୍ତ୍ତା/ ଗଜପତି (ଗଣେଶ କୁମାର ରାଜୁ): ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ଅବାରସିଂ ସ୍ଥିତ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା-ପରିଷଦ ଶ୍ରୀ ଶଙ୍କର କେରକେଟା , ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା , ସମ୍ମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ପ୍ରମୁଖ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

Omkar Vasthu
Omkar Vasthu

ଏହି ଶୁଣାଣୀ କାର୍ଯ୍ୟକ୍ରମରେ ଅବାରସିଂ ଗ୍ରାମ ପଞ୍ଚାୟତ ସମେତ ଛେଳିଗଡ଼ , ରଣ୍ଡିବା ଓ ମହେନ୍ଦ୍ରଗଡ ପଞ୍ଚାୟତର ସମୁଦାୟ ମୋଟ- ୪୮ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୭ ଗୋଟି ଏବଂ ଗ୍ରାମ ଭିତ୍ତିକ ଅଭିଯୋଗ ସମସ୍ୟା- ୩୧ ଗୋଟି ଆସିଥିଲା । ଏହି ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ଶ୍ରୀ ଦାସ ସଂପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

Pearl dental clinic
Near Ashish Medical Store, Bhawanipatna

ଆଜିର ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା, ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

Udyog Nursery
Udyogi Nursery

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଆର.ଉଦୟଗିରି ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ଲକ୍ଷ୍ମୀନାରାୟଣ ଶବର , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲାରିମନ ଖର୍ସେଲ , ତହସିଲଦାର ଜ୍ୟୋତିମୟ ଦାଶ , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡ଼ାଃ ମହମ୍ମଦ ମୂବାରକ ଅଲ୍ଲୀ , ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ଓ ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.