ନଦୀରେ ବୁଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକର ବିଜେପୁର ଗ୍ରାମ ଠାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଧୋଇବାକୁ ଯାଇ ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ବ୍ୟକ୍ତି ଜଣକ  ବିଜେପୁର ଗାଁର ମକର ନାୟକ (୪୫) ବୋଲି ଜଣାପଡିଛି। ସୂଚନା ଅନୁଯାୟୀ ଗୁରୁବାର ସକାଳେ ବ୍ୟକ୍ତି ଜଣକ ନିକଟସ୍ଥ ବିଜେପୁର ନଦୀକୁ ଏକୁଟିଆ ଗାଧୋଇବାକୁ ଯାଇଥିଲେ। ତେବେ ଗାଧୋଇବା ସମୟରେ ଅସାବଧାନତା ବଶତଃ ଗୋଡ଼ ଖସି ଯିବାରୁ ନଦୀରେ ଖସି ବୁଡ଼ି ଯାଇଥିବା ପରିବାର ଲୋକେ ସନ୍ଧେହ କରୁଛନ୍ତି। ଗାଁ ଲୋକେ ନଦୀରେ ମୃତ ଦେହ ଭାଷୁ ଥିବା ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଲୋକେ ଘଟଣାକୁ ନେଇଁ ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ବିଜେପୁର ଥାନା ଅଧିକାରୀ ବିଶ୍ୱମ୍ବର କହଁର ଘଟଣାସ୍ଥଳରେ ପହଞ୍ଚି ପାଣି ଭିତରୁ ମକର ନାୟକଙ୍କ ମୃତଦେହ ଉଦ୍ଧାର କରି କେସ ନଂ ୬/୨୫ରେ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ କରୁଥିବା ବେଳେ ଶବକୁ ଲାଞ୍ଜିଗଡ଼ ଡାକ୍ତରଖାନାରେ ବ୍ୟବଚ୍ଛେଦ କରାଯାଇ ପରିବାରକୁ ହସ୍ତାନ୍ତର କରାଯାଇଛି। ଶୋକାକୁଳ ପରିବେଶ ମଧ୍ୟରେ ନିଜ ଗାଁ ଶ୍ମଶାନରେ ଶେଷକୃତ ସତ୍କାର କରାଯାଇଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.