ତରଭା ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର ( ରାଜ କିଶୋର ତ୍ରିପାଠୀ ): ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ରାମପ୍ରସାଦ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ଯା ନିହିତ ୩୦ ଗୋଟି ପଞ୍ଜୀକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୨୧ ଗୋଟି ବ୍ୟକ୍ତିଗତ ଦରଖାସ୍ତ ଗ୍ରହଣ କରାଯାଇଥିବା ବେଳେ, ୦୯ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି। ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ତରଭା ଗୋଷ୍ଠୀ ଉନ୍ନୟନ ଅଧିକାରୀ ମନୋରଞ୍ଜନ ବଘାରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର ଅଶ୍ଵିନୀ କୁମାର ମେହେର ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ନିର୍ବାହୀ ଅଧିକାରୀ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଭା ସହ ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ ଏବଂ ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.