ଓଡ଼ିଆ ବାର୍ତ୍ତା/ ବାଲେଶ୍ୱର (କୃଷ୍ଣ କୁମାର ମହାନ୍ତି): ବାଲେଶ୍ୱର ସଦର ମହକୁମା ଅନ୍ତର୍ଗତ ସହଦେବଖୁଣ୍ଟା ସ୍ଥିତ ମ୍ୟୁନିସିପାଲ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଖେଲୋ ଇଣ୍ଡିଆ ଯୋଜନା ଅନ୍ତର୍ଗତ ଖୋ-ଖୋ ପ୍ରଶିକ୍ଷଣ କେନ୍ଦ୍ରକୁ ରାଜ୍ୟ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଆଭାସୀ ମାଧ୍ୟମରେ ଉଦଘାଟନ କରିଛନ୍ତି। ଏହି ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଓସ୍ଵାନ ହଲ ଠାରେ ଆଭାସୀ ମାଧ୍ୟମରେ ଉଦଘାଟନ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଧାକର ନାୟକ, ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀମତୀ ପ୍ରାଚୀ ତନୟା ଗିରି, ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ଜେନାଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।