ଜିଲ୍ଲା ସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ

ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ଆଜି ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ତାଲିମ ଗୃହ ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ-୨୦୨୫ ଅତିରିକ୍ତ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ ପରିବାର କଲ୍ୟାଣ ଡ଼ା ଦୈତ୍ୟ ନାରାୟଣ ପାଢ଼ୀ ଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆମେ ସମସ୍ତେ ମଶାରୀ ବ୍ୟବହାର କରିବା ଓ ଯଦି ରକ୍ତ ପରୀକ୍ଷା ପରେ ମ୍ୟାଲେରିଆ ରୋଗ ଜଣା ପଡ଼ିଲା ତେବେ ବିଳମ୍ବ ନ କରି ସଙ୍ଗେ ସଙ୍ଗେ ପୂର୍ଣ୍ଣ ମାତ୍ରା ରେ ଔଷଧ ସେବନ କଲେ ମ୍ୟାଲେରିଆ ରୋଗ ରୁ ମୁକ୍ତି ପାଇବା ଓ ମ୍ୟାଲେରିଆ ନିରାକରଣ ହୋଇ ପାରିବା ଉପରେ ଆଲୋକପାତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (VBD) ଡ଼ା ଗୋପାଳ ଚନ୍ଦ୍ର ମଲ୍ଲିକ, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ଡିସି)ଡ଼ା ରମେଶ ଚନ୍ଦ୍ର ସ୍ୱାଇଁ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, କାର୍ଯ୍ୟନିର୍ବାହୀ ଅଧିକାରୀ ସୁବର୍ଣ୍ଣପୁର ପୌରପାରିଷଦ ଋଷି ମାଝୀ ଓ ଜିଲ୍ଲା କର୍ଯ୍ୟ ପରିଚାଳକ ବିଶ୍ବମ୍ବର ବେହେରା ପ୍ରମୁଖ ଆଜି କାର ଦିବସର ସ୍ୱାସ୍ଥ୍ୟ ବାର୍ତ୍ତା ଓ ପାଳନର ତାତ୍ପର୍ଯ୍ୟ ଉପରେ ଆଲୋଚନା କରି ଥିଲେ। ଉକ୍ତ ସଭାରେ ସରକାରୀ ନର୍ସିଂ ସ୍କୁଲ ଅଧ୍ୟକ୍ଷ, ଛାତ୍ରୀ, ନର୍ସିଂ ଅଫିସର ,ସ୍ଵାସ୍ଥ୍ୟ ବିଭାଗ ର କର୍ମଚାରୀ ଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ। ସହକାରୀ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରିଥିବା ବେଳେ ଜିଲ୍ଲା ମ୍ୟାଲେରିଆ ପରାମର୍ଶ ଦାତା ଚନ୍ଦ୍ରଶେଖର ମିଶ୍ର, ଦେବାଶିଷ ବାରିକ, ବାସୁଦେବ ଜଗଦଲା କାର୍ଯ୍ୟକ୍ରମକୁ ପୂର୍ଣ୍ଣ ସହଯୋଗ କରିଥିଲେ। ଶେଷରେ ସ୍ବାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.