ଓଡିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ। କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ। ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ। ଏହିତିଥିରେ ଶ୍ରୀଜୀଉମାନଙ୍କର ରଥନିର୍ମାଣ ପାଇଁ ଅନୁକୂଳ କରାଯାଏ। ଏହି କ୍ରମରେ କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଅନ୍ତର୍ଗତ ରୁପ୍ରାରୋଡ ଜଗନ୍ନାଥ ମନ୍ଦିରରେ ଅକ୍ଷୟ ତୃତୀୟା ନିତି ବୈଦିକ ବିଧାନ ଅନୁସାରେ ପାଳିତ ହୋଇଛି। ରୁପ୍ରାରୋଡ ଜଗନ୍ନାଥ ମନ୍ଦିରର ଉଦ୍ୟୋକ୍ତା ସ୍ବର୍ଗତ ଡ଼ଃ ସାଧୁରାମ ଅଗ୍ରୱାଲଙ୍କ ଜ୍ୟୋଷ୍ଠ ପୂତ୍ର ସୁନିଲ ଅଗ୍ରୱାଲ ଅଖ ପୂଜା କରିଥିଲେ। ପାଞ୍ଚ ଗୋଟି ସଂକିର୍ତ୍ତନ୍ୟ ମଣ୍ଡଳୀ ନାମ ଭଜନ ପରିବେଷଣ କରିଥିବାବେଳେ ମନ୍ଦିରର ପୂଜକ ପ୍ରତାପ ପଣ୍ଡା ଅକ୍ଷୟ ତୃତୀୟା ନିତି ସଂପାଦନ କରିଥିଲେ।