ସୋନପୁର ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଅଭିଯୋଗ ଶୁଣାଣି

ଓଡ଼ିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୋନପୁର ବ୍ଲକସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର  ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଅନ୍ୟା ଦାସ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୭ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ୪୦ ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୧୭ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା। ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବିଡ଼ିଓ ସୋନପୁର ପ୍ରତୀକ କରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର, ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ପଲ୍ଲବୀ ରାଣୀ ରାଜ, ଉପଜିଲ୍ଲାପାଳ ସୋନପୁର ଡଃ ସୌମ୍ୟାରୂପା ରଥ ସମେତ ତହସିଲଦାର ସୋନପୁର ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.