ଆରବିଆଇ ତରଫରୁ ଜଗନ୍ନାଥପୁର ପଞ୍ଚାୟତରେ ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ଭାରତୀୟ ରିଜର୍ଭ ବ୍ୟାଙ୍କ୍ ର ସହାୟତା ତଥା ସାଧନ ନୂଆଦିଲ୍ଲୀ ଓ ସମ୍ପର୍କ ଫିନ୍ ସର୍ଭିସେସ୍ ଭୁବନେଶ୍ୱରର ମିଳିତ ସହଯୋଗରେ ଲାଞ୍ଜିଗଡ ବ୍ଲକର ଜଗନ୍ନାଥପୁର ଗ୍ରାମ ପଞ୍ଚାୟତ ତାଲିମ କେନ୍ଦ୍ର ଜଗନ୍ନାଥପୁର ଠାରେ ଏକ ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଜଗନ୍ନାଥପୁର ଗ୍ରାମପଞ୍ଚାୟତ ଏଡିଇଓ ବସନ୍ତ କୁମାର ସା, ଆଇଓବି ପରିଚାଳକ ପୁରନ୍ଦର ମେହେର, ମିଶନ ଶକ୍ତି ଏମବିକେ ଭଗ୍ୟଶ୍ରୀ ଲେଙ୍କା, ଶକ୍ତିମୟୀ ଫାଉଣ୍ଡେସନ ର ପ୍ରକଳ୍ପ ପରିଚଳିକା ସୁଶ୍ରୀ ପ୍ରିୟା ହୋତା, ବୋର୍ଡ ମେମ୍ବର ପ୍ରବୀଣା ପାଣି, ଶୁଭଲକ୍ଷ୍ମୀ ମହାନ୍ତି ଓ ମହାଶକ୍ତି ଫାଉଣ୍ଡେସନ ର ପ୍ରତିଷ୍ଠାତା ସଦସ୍ୟ ତଥା ତାଲିମ ଦାତା ପ୍ରକାଶ ଚନ୍ଦ୍ର ସାହୁ ପ୍ରମୁଖ କର୍ମଶାଳାକୁ ଉଦ୍ଘାଟନ କରିଥିଲେ। ଏହି କର୍ମଶାଳା ରେ ସ୍ଵୟଂ ସହାୟକ ଗୋଷ୍ଠୀ ର ସଦସ୍ୟା ମାନେ ବିଭିନ୍ନ ବ୍ୟାଙ୍କ୍ ଓ ଆର୍ଥିକ ଅନୁଷ୍ଠାନ ରୁ ପାଇଥିବା ଋଣ ର ଉଚିତ୍ ବିନିଯୋଗ, ବ୍ୟବସାୟ ପାଇଁ ଆବଶ୍ୟକତା ଅନୁଯାୟୀ ଋଣ ଦରଖାସ୍ତ, ରୋଜଗାର ଭିତ୍ତିକ ବ୍ୟବସାୟର ଆୟରୁ ଋଣ କିସ୍ତି ଫେରସ୍ତ ତଥା ଅତ୍ୟଧିକ ଋଣ ଭାରଗ୍ରସ୍ତ ନହେବା ଇତ୍ୟାଦି ବିଷୟରେ ବିଶଦ ଭାବେ ଆଲୋଚନା କରାଯାଇଥିଲା।କର୍ମଶାଳାରେ ଡିଜିଟାଲ ମାଧ୍ୟମରେ ଟଙ୍କା ଆଦାନ ପ୍ରଦାନ କରୁଥିଲେ ଆବଶ୍ୟକ ସତର୍କତା ର ବିଭିନ୍ନ ଦିଗ ବିଷୟରେ ସମ୍ବଳ ବ୍ୟକ୍ତି ମାନେ ଅଂଶ ଗ୍ରହଣ କାରୀ ମାନଙ୍କୁ ବୁଝାଇଥିଲେ। ବିଭିନ୍ନ ଅଜଣା ନମ୍ବରରୁ ଆସୁଥିବା ଫୋନ୍ ରେ ନିଜର କୌଣସି ଗୋପନୀୟ ତଥ୍ୟ ନ ଦେବାପାଇଁ ସୂଚନା ଦିଆଯାଇଥିଲା। ପରିବାରର ବାର୍ଷିକ ଆୟ ଓ ବ୍ୟୟ ଅଟକଳ ଯୋଜନା କରି ଆୟ ଅନୁଯାୟୀ ବ୍ୟୟ କଲେ ହିଁ ପରିବାରର ଆର୍ଥିକ ସ୍ଥିତି ସୁଦୃଢ ହୋଇ ପାରିବ। ଭବିଷ୍ୟତ ରେ ହେବାକୁ ଥିବା ବିଭିନ୍ନ ଖର୍ଚ୍ଚକୁ ଆକଳନ କରି ପରିବାରକୁ ଠିକ୍ ଭାବେ ପରିଚାଳନା କରିପାରିବେ। କାର୍ଯ୍ୟକ୍ରମରେ ପ୍ରକାଶ ଚନ୍ଦ୍ର ସାହୁ ଓ ପିଟର ଚାନ୍ଦ ପାଣିଗ୍ରାହୀ ଯୋଗ ଦେଇ ତାଲିମ୍ ପ୍ରଦାନ କରିଥିଲେ। ପିଟର ଚାନ୍ଦ ପାଣିଗ୍ରାହୀ, ସୁଶ୍ରୀ ଜ୍ୟୋତ୍ସ୍ନା ନାଗ, ସସ୍ମିତା ହରିଜନ, ଶକ୍ତିମୟୀ ଫାଉଣ୍ଡେସନ ଏବଂ ସଖୀ ପ୍ରକଳ୍ପର କର୍ମୀ ଓ ଗ୍ରାମ ପଞ୍ଚାୟତର କର୍ମକର୍ତ୍ତା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଏହି କର୍ମଶାଳାରେ ମିଶନ ଶକ୍ତି, ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀ, ଏମ ବି କେ, ଗୋଷ୍ଠୀ ସହାୟିକା, ଶକ୍ତିମୟୀ ଫାଉଣ୍ଡେସନ ର ସ୍ଵୟଂ ସହାୟକ ଗୋଷ୍ଠୀ, ଚାଷୀ ଓ ମିଳିତ ଉତ୍ତର ଦାୟୀ ଗୋଷ୍ଠୀ ରୁ ୬୨ଜଣ ସଦସ୍ୟା / ସଦସ୍ୟ ଅଂଶ ଗ୍ରହଣ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.