ମାଁ ପାଟ୍ଟଖଣ୍ଡା ଠାକୁରାଣୀ ଯାତ୍ରାର ନଗର ଭ୍ରମଣ

ଓଡ଼ିଆ ବାର୍ତ୍ତା/ ବାଲିଗୁଡା (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ପାଇଁ ଗାନ୍ଧୀ ଛକ ସ୍ଥିତ ମା ‘ବରାଳ ଦେବୀ ମନ୍ଦିର ଅସ୍ଥାୟୀ ମଣ୍ଡପ ବର୍ତ୍ତମାନ ଚଳ ଚଞ୍ଚଳ ହୋଇ ଉଠିଛି l ଏହି ଯାତ୍ରା ମଇ ୬ ତାରିଖରୁ ଆରମ୍ଭ ହୋଇ ଆଜି ପଞ୍ଚମ ଦିନରେ ପହଞ୍ଚି ଥିବା ବେଳେ ଶନିବାର ଦ୍ୱିତୀୟ ନଗର ଭ୍ରମଣ ଆରମ୍ଭ ହୋଇଛି l ଏହା ଜୁନ ୫ ତାରିଖରେ ଶେଷ ହେବ l ଏକ ମାସ ବ୍ୟାପୀ ମା’ ଅସ୍ଥାୟୀ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେବେ। ଏ ନେଇ ସମଗ୍ର ବାଲିଗୁଡା ସହର ଉତ୍ସବମୁଖର ହୋଇଉଠିଛି। ଅସ୍ଥାୟୀ ପୀଠ ରେ ମା ‘ପାଟଖଣ୍ଡା ଙ୍କ ସମେତ ମା’ କନକ ଦୁର୍ଗା, ମା’ ଡେଙ୍ଗସିଲ, ମା’ ବରାଳଦେବୀ, ମା’ ମହାମାୟୀ ଓ ମା’ ଦକ୍ଷିଣ କାଳୀ ବିରାଜ ମାନ ଅଛନ୍ତି l ପ୍ରତିଦିନ ସକାଳ ଓ ସନ୍ଧ୍ୟା କାଳୀନ ଆଳତୀ ସମୟରେ ଶହ ଶହ ଭକ୍ତଙ୍କ ସମାଗମ ହେଉଛି l ଶନିବାର ପଞ୍ଚମ ଦିନରେ ବାଲିଗୁଡା ଟାଉନ ର ଗୁଳିମରା ପଦା ସାହି ନିବାସୀ ସିଏଚ.ଗୋପାଳ ପାତ୍ର ନିଜ ବାସଭବନରେ ନିଜେ ଏକାକୀ ସାହି କୁ ଆଣି ସାହି ପରିଭ୍ରମଣ କରି ଆସିଥିଲେ l ଏହି ଅବସରରେ ସନ୍ଧ୍ୟା ଆଳତୀ ପରେ ପରେ ଏକ ବିରାଟ ପଟୁଆର ରେ ବିଭିନ୍ନ ପ୍ରକାର ନୃତ୍ୟ, ଗୀତ ସହ ବାଜା ବଜାଇ ଟାଉନର ବିଭିନ୍ନ ସାହି, କଲୋନୀ ଦେଇ ଗୁଳିମରା ପଦା ସାହି ଗୋପାଳ ଙ୍କ ଘର ସମ୍ମୁଖରେ ଅସ୍ଥାୟୀ ପୂଜା ମଣ୍ଡପ ରେ ପହଞ୍ଚି ଥିଲେ l ଉକ୍ତ ପୂଜା ମଣ୍ଡପ ରେ ସାହି ର ସମସ୍ତ ଭକ୍ତ ବିଶେଷ କରି ମହିଳା ଭକ୍ତ ମାନେ ଉପସ୍ଥିତ ରହି ମା’ ଙ୍କ ଶୁଭାଶ୍ରିବାଦ ଭିକ୍ଷା କରିଥିଲେ l ଏକ ମାସ ଧରି ଚାଲିବାକୁ ଥିବା ଏହି ଯାତ୍ରା ଟାଉନର ଭିନ୍ନ ଭିନ୍ନ ସାହିରେ ପର୍ଦାର୍ପଣ କରିବେ, ଏହି ପରିପ୍ରେକ୍ଷୀରେ ଆକର୍ଷଣୀୟ ମେଢ ପାଇଁ ଯୋଜନା ପ୍ରସ୍ତୁତ ହୋଇଛି । ଆକର୍ଷଣୀୟ ପୂଜା ମଣ୍ଡପ ସାଙ୍ଗକୁ ଅସ୍ଥାୟୀ ମଣ୍ଡପ ତୋରଣର ନିର୍ମାଣ କାର୍ଯ୍ୟ ଭକ୍ତ ଙ୍କୁ ବେଶ ଖୋରାକ ଯୋଗାଉଛି l ଠାକୁରାଣୀ ଯାତ୍ରା କାଳରେ ଅପେରା, ମୀନାବଜାର, ଖାଦ୍ୟ ପସରା ଭଳି ଆକର୍ଷଣୀୟ କାର୍ଯ୍ୟକ୍ରମ ମନ ମୋହିବା ସୁନିଶ୍ଚିତ ଥିବା ବେଳେ ମା’ଙ୍କ କୃପା ଭିକ୍ଷା ପାଇଁ ଶ୍ରଦ୍ଧାଳୁ ଉତ୍କଣ୍ଠାର ସହ ଅସ୍ଥାୟୀ ମଣ୍ଡପ କୁ ଆସି ଦର୍ଶନ କରୁଥିବା ଦେଖିବାକୁ ମିଳୁଛି ।ଏଥିରେ ମା ‘ ପାଟଖଣ୍ଡା ଦୁର୍ଗାପୂଜା ସମିତିର ସମସ୍ତ ସଦସ୍ୟ ଙ୍କ ସମେତ ଏହି ଠାକୁରାଣୀ ଯାତ୍ରାର ଏକ ୫ଜଣିଆ କମିଟି ସଦସ୍ୟ ଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ପରିଚାଳନା କରୁଛନ୍ତି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.