ଉଜାମୁଣ୍ଡା ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ

ଓଡିଆ ବାର୍ତ୍ତା/ କନ୍ଧମାଳ (ମନୋରଂଜନ ରାୟ): କନ୍ଧମାଳ ଜିଲ୍ଲା କ.ନୂଆଗାଁ ବ୍ଲକ ଲେତିଙ୍ଗିଆ ପଞ୍ଚାୟତ ଅନ୍ତର୍ଗତ ଉଜାମୁଣ୍ଡା ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡମ୍ବରୁଧର ବସ୍ତିଆଙ୍କ ଅଧ୍ୟକ୍ଷତାରେ ଆମ ସଂସ୍କୃତି ଆମ ଖେଳନା ଓ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥିଙ୍କ ଦ୍ୱାରା ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିବା ବେଳେ କୁନି କୁନି ଛାତ୍ରଛାତ୍ରୀଙ୍କ ଦ୍ୱାରା ସ୍ଵାଗତ ସଂଗୀତ ପରିବେଷଣ କରା ଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସରପଞ୍ଚ କୁନାଲ ପ୍ରଧାନ ଓ ବିଶେଷ ଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ମଲ୍ଲିକ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ହରିହର ମଲ୍ଲିକ, ମୂଖ୍ୟ ବକ୍ତା ସୁରେନ୍ଦ୍ର ନାଥ ଦାଶ, ସିଆରସିସି ସିତୁ ପ୍ରକାଶ ରଥ, ବିଦ୍ୟାଳୟ ଶିକ୍ଷା କମିଟି ସଭାପତି ବଟକୃଷ୍ଣ ପ୍ରଧାନ, ପୂର୍ବତନ ସଭାପତି ସାରଙ୍ଗ ଧର ପ୍ରଧାନ ପ୍ରମୁଖ ଯୋଗ ଦେଇ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ଛାତ୍ର ଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିଥିଲେ।ଉକ୍ତ କାର୍ଯ୍ୟକ୍ରମରେ ଅତିଥି ଶିକ୍ଷକ ଲିଙ୍ଗରାଜ ନାୟକ,ଲାଲୁ କୁମାର ନାୟକ, ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ କସ୍ତୁରୀ ମଲ୍ଲିକ, ବରିଷ୍ଠ ଶିକ୍ଷକ ସୁକାନ୍ତ କୁମାର ମହାପାତ୍ର, ମନୋସ୍ମିତା ପ୍ରିୟଦର୍ଶିନୀ, ଗୌତମା ପ୍ରଧାନ, ରୁପାଲି ପ୍ରଧାନ ସମେତ ବିଦ୍ୟାଳୟର ଶିକ୍ଷା କମିଟି ସଦସ୍ୟ ଓ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅଭିଭାବକ, ସମସ୍ତ ଛାତ୍ର ଛାତ୍ରୀ ଯୋଗଦେଇ ଆନନ୍ଦ ଉଲ୍ଲାସର ସହ ବାର୍ଷିକ ଉତ୍ସବ ପାଳନ ହୋଇ ଯାଇଛି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.