ବିନିକା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଅଭିଯୋଗ ଶୁଣାଣି ଶିବିର

ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଓ ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୫ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୩ଗୋଟି ଗ୍ରହଣ କରାଯାଇଥିବା ବେଳେ ୧୨ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି। ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବିଡିଓ ମଣ୍ଟୁ ଖମାରୀଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡା ପ୍ରଦୀପ କୁମାର ଗୁରୁ, ଉପଜିଲ୍ଲାପାଳ ସୋନପୁର ସୌମ୍ୟାରୁପା ରଥ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, ସାମ୍ବାଦିକ ପ୍ରମୁଖ ଉପସ୍ଥିତ ରହିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.