ବୀରମହାରାଜପୁର ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୭୨ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫ଗୋଟି ଗ୍ରହଣ କରାଯାଇଥିବା ବେଳେ ୧୬ ଗୋଟି ସାମୁହିକ ଦରଖାସ୍ତ ଓ ଗୋଟିଏ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ଏବଂ ଗୋଟିଏ ଜିଲ୍ଲା ରେଡକ୍ରସ ଫଣ୍ଡରୁ ସହାୟତା ନିମନ୍ତେ ପ୍ରଦତ୍ତ ଦରଖାସ୍ତ ଗ୍ରହଣ କରାଯାଇଥିଲା। ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବୀରମହାରାଜପୁର ବିଡିଓ ରାଜୀବ ହାଁସଦାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଅଶ୍ୱିନୀ ମେହେର, ଜିଲ୍ଲା ଜନ ସ୍ୱାସ୍ଥ୍ୟଧିକାରୀ ଡା. ପ୍ରଦୀପ କୁମାର ଗୁରୁଙ୍କ ସମେତ ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା, ଉପାଧ୍ୟକ୍ଷ ନାରାୟଣ ଲୁହା, ତହସିଲଦାର ବୀରମହାରାଜପୁର, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.