୧୭ ଦିନରେ ମା’ ପାଟ୍ଟଖଣ୍ଡା ଠାକୁରାଣୀ ଯାତ୍ରା: ବିଶ୍ରାମ ଦିବସରେ ଭକ୍ତ ମାନେ ଦର୍ଶନ କରିବାର ଅନୁଭୁତି ନିଆରା

ଓଡ଼ିଆ ବାର୍ତ୍ତା/ ବାଲିଗୁଡା (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ର ଗୁରୁବାର ୧୭ ଦିନରେ ମା ‘ଙ୍କ ବିଶ୍ରାମ ଦିବସ ଥିବାରୁ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଦିନ ତମାମ ପୂଜକ ମାନଙ୍କ ଦ୍ୱାରା ଯଥା ରୀତିନୀତି ଅନୁଯାୟୀ ପୂଜାର୍ଚନା ଚାଲିଥିବା ବେଳେ ଭକ୍ତଙ୍କ ସଂଖ୍ୟା ମଧ୍ୟ ଅନ୍ୟ ଦିନ ତୁଳନାରେ ଗୁରୁବାର ଅଧିକ ସଂଖ୍ୟକ ଭକ୍ତଙ୍କ ସମାଗମ ହୋଇଥିଲା l

Omkar Vasthu
Omkar Vasthu

ଏଥି ପାଇଁ ଗାନ୍ଧୀ ଛକ ସ୍ଥିତ ମା ‘ବରାଳ ଦେବୀ ମନ୍ଦିର ଅସ୍ଥାୟୀ ମଣ୍ଡପ ବର୍ତ୍ତମାନ ଚଳ ଚଞ୍ଚଳ ହୋଇ ଦିନକୁ ଦିନ ଭକ୍ତ ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି l ଅସ୍ଥାୟୀ ପୀଠ ରେ ମା ‘ପାଟଖଣ୍ଡା ଙ୍କ ସମେତ ମା’ କନକ ଦୁର୍ଗା, ମା’ ଡେଙ୍ଗସିଲ, ମା’ ବରାଳଦେବୀ, ମା’ ମହାମାୟୀ ଓ ମା’ ଦକ୍ଷିଣ କାଳୀ ବିରାଜ ମାନ ଅଛନ୍ତି l

Pearl dental clinic
Near Ashish Medical Store, Bhawanipatna

ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ପୁରୋହିତ ଭାବେ ସଞ୍ଜୟ କୁମାର ଦାସ ଦାୟିତ୍ୱ ତୁଲାଉଥିବା ବେଳେ ମୁଖ୍ୟ ପ୍ରଚାରକ ଭାବେ ନୀଳକଣ୍ଠ ମିଶ୍ର, ମୁଖ୍ୟ ସେବାକାରୀ ଭାବେ ସନ୍ତୋଷ କୁମାର ଦାସ ଏବଂ ମୁଖ୍ୟ ସେବକ ଭାବେ ପ୍ରକାଶ ଚନ୍ଦ୍ର ପାଢ଼ୀ ଓ ଶ୍ରୀକାନ୍ତ କୁମାର ପଣ୍ଡା ଉପସ୍ଥିତ ରହି ନିଜ ନିଜର ଦାୟିତ୍ୱ ସୁଚାରୁ ରୂପେ ପରିଚାଳନା କରୁଛନ୍ତି l

Udyog Nursery
Udyogi Nursery

ବିଶେଷ କରି ପ୍ରତିଦିନ ସକାଳ ଓ ସନ୍ଧ୍ୟା କାଳୀନ ଆଳତୀ ସମୟରେ ଶହ ଶହ ଭକ୍ତଙ୍କ ସମାଗମ ହେଉଛି l ପଞ୍ଚ ଦେବୀ ସହ ମା’ଦକ୍ଷିଣ କାଳୀ ଙ୍କୁ ଦର୍ଶନ କରିବାକୁ ଅଞ୍ଚଳ ର ପ୍ରତ୍ୟେକ ପରିବାର ର ଦୂର ଦୁରାନ୍ତରେ ଥିବା ବନ୍ଧୁ ବାନ୍ଧବ ଙ୍କ ସୁଅ ଛୁଟିବାରେ ଲାଗିଲାଣି, ବର୍ତ୍ତମାନ ଖରାଛୁଟି ଥିବାରୁ ସ୍କୁଲ କଲେଜ ବନ୍ଦ ଅଛି, ଏଣୁ ସପରିବାରେ ଆସି ମା ‘ଙ୍କ ଯାତ୍ରା ସହ ମୀନାବଜାର, ଖାଦ୍ୟ ପସରା ଭଳି ବିଭିନ୍ନ ଆକର୍ଷଣୀୟ କାର୍ଯ୍ୟକ୍ରମ ମନ ମୋହିବା ସୁନିଶ୍ଚିତ ଥିବା ବେଳେ ମା’ଙ୍କ କୃପା ଭିକ୍ଷା ପାଇଁ ଶ୍ରଦ୍ଧାଳୁ ଉତ୍କଣ୍ଠାର ସହ ଅସ୍ଥାୟୀ ମଣ୍ଡପ କୁ ଆସି ଦର୍ଶନ କରୁଥିବା ଦେଖିବାକୁ ମିଳୁଛି ।

ଅସ୍ଥାୟୀ ମଣ୍ଡପ ନିକଟକୁ ମା ‘ମାନଙ୍କ ଦର୍ଶନ ନିମନ୍ତେ ପ୍ରତିଦିନ ସ୍ଥାନୀୟ ଅଞ୍ଚଳ ତଥା ବାହାରୁ ଆସୁଥିବା ଶତାଧିକ ଭକ୍ତ ଓ ଶ୍ରଦ୍ଧାଳୁ ଙ୍କ ପାଇଁ ଏକ ମିଷ୍ଟାନ ଭୋଗ ବିକ୍ରୟ କେନ୍ଦ୍ର ଶ୍ରୀ ଶ୍ରୀ ଶ୍ରୀ ମା’ପାଟଖଣ୍ଡା ଠାକୁରାଣୀ ଯାତ୍ରା କମିଟି ତରଫରୁ ସକାଳ ଆଳତୀ ପର ଠାରୁ ମା’ ମାନଙ୍କ ନଗର ପରିକ୍ରମା ବାହାରିବା ପର ପର୍ଯ୍ୟନ୍ତ ଖୋଲା ଯାଉଛି l ଏହି ମିଷ୍ଟାନ ଭୋଗ ମା’ ମାନଙ୍କ ଠାରେ ଆଳତୀ ଓ ଭୋଗ ଲାଗି ହେବା ପରେ ପ୍ରତିଦିନ ସକାଳେ ଓ ସନ୍ଧ୍ୟା ରେ ୭ ପ୍ରକାର ସୁସ୍ୱାଦ ମିଠା ପ୍ରସ୍ତୁତ କରାଯାଇ ମା’ ଙ୍କ ଉଦେଶ୍ୟରେ ବିକ୍ରୟ କରାଯାଉଛି l ମିଷ୍ଟାନ ଭୋଗ ବିକ୍ରୟ କେନ୍ଦ୍ରରେ ମଧ୍ୟ ପ୍ରବଳ ଭିଡ଼ ଲାଗି ରହୁଛି l ଶୁକ୍ରବାର ଦିନ ମା ‘ମାନଙ୍କ ଘଟ ଇଲେକ୍ଟ୍ରି ସାହି ଓ ଶନିବାର ଦିନ ଜାମପଦା ସାହି ପୂଜା କମିଟି ଅଞ୍ଚଳକୁ ପରିଭ୍ରମଣ କରିବାର କାର୍ଯ୍ୟକ୍ରମ ରହିଛି l

ଆଗାମୀ ଦିନରେ ହେବାକୁ ଥିବା ପ୍ରତ୍ୟେକ ସାହିରେ ଆକର୍ଷଣୀୟ ମେଢ ପାଇଁ ଯୋଜନା ପ୍ରସ୍ତୁତ ହୋଇଛି । ଆକର୍ଷଣୀୟ ପୂଜା ମଣ୍ଡପ ସାଙ୍ଗକୁ ଅସ୍ଥାୟୀ ମଣ୍ଡପ ତୋରଣର ନିର୍ମାଣ କାର୍ଯ୍ୟ ଭକ୍ତଙ୍କୁ ବେଶ ଖୋରାକ ଯୋଗାଉଛି l ଏଥିରେ କମିଟି ର ସଭାପତି ଲଳିତ କୁମାର ପାତ୍ର, ସମ୍ପାଦକ ଶିବରାମ ପ୍ରଧାନୀ, ସହ ସମ୍ପାଦକ ଗଙ୍ଗାଧର ଭୋଇ, କୋଷାଧକ୍ଷ ଅଶୋକ କୁମାର ସାହୁଙ୍କ ସମେତ ଠାକୁରାଣୀ ଯାତ୍ରା ପରିଚାଳନା କମିଟି ର ୫ଜଣିଆ କମିଟି ର ସଦସ୍ୟ ମାନେ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରୁଛନ୍ତି l

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.