ଓଡିଆ ବାର୍ତ୍ତା/ ଗଜପତି (ଗଣେଶ କୁମାର ରାଜୁ): ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳ’ଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଓ ଶ୍ରୀ କେ.ନାଗରଜୁ , ବନଖଣ୍ଡ ଅଧିକାରୀ,ପାରଳାଖେମୁଣ୍ଡି , ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ପୌର ପରିଷଦ ସମେତ କେରାଣ୍ଡି , କତଳକଇଠା, ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୮୧ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୭୫ ଗୋଟି ଏବଂ ଗ୍ରାମ ଭିତ୍ତିକ ସମସ୍ୟା- ୦୬ ଗୋଟି ଥିଲା । ୨ ଗୋଟି ଅଭିଯୋଗ’କୁ ତୁରନ୍ତ ସମାଧାନ କରା ଯାଇଥିଲା । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ୍ ଅଲ୍ଲୀ , ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋରା ଚନ୍ଦ୍ର ପଟ୍ଟନାୟକ , ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।