ବାଲେଶ୍ଵରରେ ଅନୁଷ୍ଠିତ ହେଲା ଜିଲ୍ଲାସ୍ତରୀୟ ବରିଷ୍ଠ ନାଗରିକ କର୍ମଶାଳା

ଓଡିଆ ବାର୍ତ୍ତା/ ବାଲେଶ୍ଵର (କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ବରିଷ୍ଠ ନାଗରିକମାନଙ୍କ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ସୁଧାକର ନାୟକ ଯୋଗ ଦେଇ ଥିବାବେଳେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ନିରଞ୍ଜନ ବେହେରା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀମତୀ ପ୍ରତିଭା ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ଼ାକ୍ତର କିଶୋର କୁମାର ଆଚାର୍ଯ୍ୟ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରିୟଦର୍ଶୀ ରାଜେଶ, ଜିଲ୍ଲା କ୍ରୀଡା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ନାୟକ, ଡେପୁଟି କଲେକ୍ଟର (ରାଜସ୍ୱ) ଏସ.ଏସ. ଦାସ, ବରିଷ୍ଠ ନାଗରିକ ସଂଘର ସଭାପତି, ସମ୍ପାଦକ ଓ ଉପଦେଷ୍ଟା ପ୍ରମୁଖ ମଞ୍ଚାସୀନ ଥିଲେ।ଏଥିରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀମତୀ ପ୍ରତିଭା ବେହେରା ଅତିଥି ମାନଙ୍କ ପରିଚୟ ଏବଂ କର୍ମଶାଳାର ଆଭିମୁଖ୍ୟ ସମ୍ପର୍କରେ ସମ୍ୟକ୍ ବକ୍ତବ୍ୟ ରଖିଥିଲେ। ଏହି କର୍ମଶାଳାରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ନିରଞ୍ଜନ ବେହେରା ଏବଂ ବରିଷ୍ଠ ନାଗରିକ ମାନଙ୍କ ସଭାପତି, ସମ୍ପାଦକ, ଉପଦେଷ୍ଟା ନିଜ ନିଜର ଅଭିଜ୍ଞତା ଓ ବରିଷ୍ଠ ନାଗରିକ ମାନଙ୍କ ପ୍ରତି ସମାଜରେ ଆବଶ୍ୟକତା ଅଭିବ୍ୟକ୍ତ ପ୍ରକାଶ କରିଥିଲେ। ଏହି କର୍ମଶାଳାରେ ମୁଖ୍ୟ ଅତିଥି ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ସୁଧାକର ନାୟକ ବରିଷ୍ଠ ନାଗରିକମାନଙ୍କ ନିମନ୍ତେ ସରକାରଙ୍କ ଦ୍ଵାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ସାମିଲ ହୋଇ ତାର ସୁଫଳ ଏବଂ ସୁଯୋଗ ନେବା ସମ୍ପର୍କରେ ଉପସ୍ଥିତ ଥିବା ବରିଷ୍ଠ ନାଗରିକମାନଙ୍କୁ ସଚେତନତାର ବାର୍ତ୍ତା ପ୍ରଦାନ କରିଥିଲେ। ଏହି କର୍ମଶାଳାକୁ ଜିଲ୍ଲା ସାମାଜିକ ସୁରକ୍ଷାର କର୍ମକର୍ତ୍ତା ଓ ସ୍ୱେଚ୍ଛାସେବୀ ସଙ୍ଗଠନର କର୍ମକର୍ତ୍ତାମାନେ ପରିଚାଳନାରେ ସହାୟତା ପ୍ରଦାନ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.