ରାଜ୍ୟସ୍ତରୀୟ ବିଶ୍ଵ ପରିବେଶ ଦିବସରେ ସରିଆଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପୁରସ୍କୃତ 

ଓଡିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ଆଜି ଭୁବନେଶ୍ବର ସ୍ଥିତ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟ ପରିସରରରେ  ରାଜ୍ୟ ସ୍ତରୀୟ ବିଶ୍ଵ ପରିବେଶ ଦିବସ ପାଳିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉତ୍ସବର ମୁଖ୍ୟ ଅତିଥି ଥିବାବେଳେ ଏଥିରେ ରାଜ୍ୟର ଅନେକ ଅନୁଷ୍ଠାନ ଓ ବ୍ୟକ୍ତିବିଶେଷ ସମ୍ମାନିତ ହୋଇଥିଲେ। ଏହି କ୍ରମରେ କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସରିଆଁ ପ୍ରକୃତି ମିତ୍ର ପୁରସ୍କାର ପାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଟଙ୍କଧର ସାହା ଏହି ଉତ୍ସବରେ ଉପସ୍ଥିତ ରହି ସମ୍ମାନିତ ଅତିଥି ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆଙ୍କ ଠାରୁ ଏହି ପୁରସ୍କାର ଗ୍ରହଣ କରିଥିଲେ। ଏହି ସଫଳତାର ଶ୍ରେୟ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଦେଇଛନ୍ତି ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସାହା।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.