ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଆଜି ଲାଞ୍ଜିଗଡ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରସ୍ଥିତ ବ୍ଲକ ସମ୍ମିଳନୀ କକ୍ଷରେ ଆଜି କଳାହାଣ୍ଡି ଜିଲ୍ଲାପାଳଙ୍କ ଦ୍ୱାରା ପ୍ରଧାନମନ୍ତ୍ରୀ ଜନମନ ଯୋଜନାକୁ ନେଇ ଏକ ସମୀକ୍ଷା କରିଛନ୍ତି। ବ୍ଲକର ଆଦିମ ଜନଜାତି ଗୋଷ୍ଠୀଙ୍କ ପାଇଁ ଆବାସ ଗୃହ ଯୋଗାଇବା ଓ ଏହାର ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ବ୍ଲକର ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ ସମୀକ୍ଷା କରିଥିଲେ। ଏଥିରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦୟାମୟ ପାଢ଼ୀଙ୍କ ସହିତ ଜିଲ୍ଲାସ୍ତରୀୟ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ। ବ୍ଲକ ପ୍ରଶାସନ ତରଫରୁ ଲାଞ୍ଜିଗଡ ବିଡିଓ ଶଶାଙ୍କ ପାତ୍ରଙ୍କ ସହିତ ଅନ୍ୟାନ୍ୟ ବିଭାଗର ଅଧିକାରୀ ଓ ବିଭିନ୍ନ ବିଭାଗର କର୍ମଚାରୀ ଏହି ବୈଠକରେ ସାମିଲ ହୋଇଥିଲେ।