ସାମାନ୍ୟ ବଚସାରୁ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା

ଓଡ଼ିଆ ବାର୍ତ୍ତା/ ବାଲିଗୁଡ଼ା (ସଞ୍ଜୟ କୁମାର ପାଣିଗ୍ରାହୀ) : ସାମାନ୍ୟ ବଚସାରୁ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା । କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଘଟିଛି ଏପରି ଏକ ଅଭାବନୀୟ ଘଟଣା । ମୃତକ  ବାଲିଗୁଡ଼ା ମୁଣ୍ଡାସାହିର ଶଙ୍କର ନାୟକ ବୋଲି ଜଣାପଡିଛି । ଖବର ଅନୁଯାୟୀ, ସୋମବାର ରାତିରେ ହାଟପଦାର ନୀରାକାର ନାୟକ ଓ ଶଙ୍କର ନାୟକଙ୍କ ମଧ୍ୟରେ କୌଣସି କଥାକୁ ନେଇ ବଚସା ହୋଇଥିଲା । ଏଥିରେ ନୀରାକର ଉତ୍‌କ୍ଷିପ୍ତ ହୋଇ ଶଙ୍କରଙ୍କୁ କାଠ ଫାଳିଆ ଓ ଇଟାରେ ପ୍ରହାର କରିଥିଲା । ଯେଉଁଥିରେ ଶଙ୍କରଙ୍କର ମୃତ୍ୟୁ ହୋଇଯାଇଥିଲା । ତେବେ ହତ୍ୟା ପରେ ଅତି ଅମାନୁଷିକ ଭାବେ ମୃତଦେହକୁ ଘୋଷାଡ଼ି ଘୋଷାଡ଼ି ନେଇ ନିକଟସ୍ଥ କମିଟି ଗୃହ ନିକଟରେ ରଖିଥିଲା । ପରେ ମଙ୍ଗଳବାର ଦିନ ସକାଳ ସ୍ଥାନୀୟ ଲୋକ ଶବକୁ ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ବାଲିଗୁଡ଼ା ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛନ୍ତି । ଏହାସହ ଅଭିଯୁକ୍ତ ନୀରାକାରକୁ ଅଟକ ରଖି ଜେରା କରୁଛି ପୋଲିସ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.