ଲାଞ୍ଜିଗଡ଼ ବ୍ଲକରେ ବିକାଶ ବାହନ ଉଦଘାଟିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ରାଜ୍ୟର ବିଜେପି ସରକାରଙ୍କ ପ୍ରଥମ ବର୍ଷ ପୂର୍ତ୍ତି ଅବସରରେ ଆଜି ରାଜ୍ୟ ବ୍ୟାପି ବିକାଶ ବାହନ ଯାତ୍ରାର ଶୁଭାରମ୍ଭ ହୋଇଯାଇଛି। କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରସ୍ଥିତ ବ୍ଲକ କାର୍ଯ୍ୟାଳୟରେ ଏହି ସୁସଜ୍ଜିତ ବାହାନକୁ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ଲାଞ୍ଜିଗଡ ବିଡିଓ ଶଶାଙ୍କ ପାତ୍ର, ଲାଞ୍ଜିଗଡ଼ ତହସିଲଦାର ବନମାଳୀ ମେହେର, ସିଡିପିଓ ବିଜୟଶ୍ରୀ ସିଂହ, ସହକାରୀ ନିର୍ବାହୀ ଯନ୍ତ୍ରୀ ସନ୍ତୋଷ ବେହେରା ପ୍ରମୁଖ ଯୋଗଦେଇ ବିକାଶ ବାହନକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ଅବସରରେ ଲକ୍ଷ୍ମୀଧର ସନ୍ତୋଷରାୟ, ତୁଳସୀ ମାଝୀ, ଅନନ୍ତ ପ୍ରଧାନୀ, ଭାଗିରଥୀ ଧଙ୍ଗଡ଼ାମାଝୀଙ୍କ ସହିତ ବ୍ଲକସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ, ମିଶନଶକ୍ତିର କର୍ମକର୍ତ୍ତା ଉପସ୍ଥିତ ଥିଲେ। ବିକାଶ ବାହନ ଆଜି ପ୍ରଥମ ଦିନରେ ବ୍ଲକର ଚମ୍ପାଦେଇପୁର, ଛତ୍ରପୁର, ବାତେଲିମା ଆଦି ପଞ୍ଚାୟତରେ ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ସମ୍ପର୍କରେ ଜନସାଧାରଣଙ୍କୁ ସୂଚନା ଦେଇଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.