ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଠାରେ ପେନସନ ଅଦାଲତ ଅନୁଷ୍ଠିତ

ଓଡିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ କଳାହାଣ୍ଡି ପକ୍ଷରୁ ପେନସନ ଅଦାଲତ ଅନୁଷ୍ଠିତ ହୋଇଯାଇଛି। କଳାହାଣ୍ଡି ଜିଲ୍ଲାର ସମସ୍ତ ବ୍ଲକରେ ବିଭିନ୍ନ କାରଣରୁ ଦୀର୍ଘ ଦିନ ଧରି ପଡ଼ି ରହିଥିବା ପେନସନ ଆବେଦନର ଶୁଣାଣି କରାଯାଇ ତୁରନ୍ତ ଫଇସଲା କରାଯାଇଥିଲା। ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରିଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି ପେନସନ ଅଦାଲତରେ ସମସ୍ତ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ, ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ, ପ୍ରକଳ୍ପ କାର୍ଯ୍ୟାଳୟ କର୍ମଚାରୀ, ସମସ୍ତ ବ୍ଲକ ଶିକ୍ଷା ଅଧିକାରୀ ଓ ତାଙ୍କ କର୍ମଚାରୀ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ମୋଟ ୨୬ ଟି ପେନସନ ମାମଲାର ବିଚାର କରାଯାଇ ଫଇସଲା କରାଯାଇଥିଲା। ଜିଲ୍ଲା ଶିକ୍ଷା ଅଧିକାରୀ କଳାହାଣ୍ଡି ଆସନ୍ତା ଏକ ମାସ ମଧ୍ୟରେ ସମସ୍ତ ବିଚାରାଧୀନ ପେନସନ ମାମଲାକୁ ଫଇସଲା କରି ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀଙ୍କୁ ପୂର୍ଣ୍ଣାଙ୍ଗ ପେନସନ ପ୍ରଦାନ କରିବାକୁ ସମସ୍ତ ବ୍ଲକ ଶିକ୍ଷା ଅଧିକାରୀ ଓ କର୍ମଚାରୀଙ୍କୁ ନିର୍ଦ୍ଦେଶ ପ୍ରଦାନ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.