ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ

ଓଡିଆ ବାର୍ତ୍ତା/ ଗଜପତି (ଗଣେଶ କୁମାର ରାଜୁ): ମୋହନା ବ୍ଲକ ଅନ୍ତର୍ଗତ ଧାଡିଆମ୍ବ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଓ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ମଞ୍ଚାସୀନ ଥିଲେ ।
ଏହି କାର୍ଯ୍ୟକ୍ରମରେ ଧାଡ଼ିଆମ୍ବ ଗ୍ରାମ ପଞ୍ଚାୟତ ସମେତ ଚନ୍ଦ୍ରଗିରି , ବାଘମାରି ଓ ମାଣିକପୁର ପଞ୍ଚାୟତର ମୋଟ-୪୩ ଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୩ ଗୋଟି ଏବଂ ଗ୍ରାମ ଭିତ୍ତିକ ଅଭିଯୋଗ ସମସ୍ୟା- ୩୦ ଗୋଟି ଅଭିଯୋଗ ଆସିଥିଲା । ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାର ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଏହି ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ସମୟରେ ମୋହନା ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ରାଜୀବ ଶବର , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ରାଜୀବ ଦାସ , ତହସିଲଦାର ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରଖ ଆଲ୍ଲୀ , ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ନାୟକ ଓ ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.