ଚ଼ିଲିକା ନିର୍ବାଚନ ମଣ୍ଡଳୀରେ ଭାଜପାର ମିଶ୍ରଣ ପର୍ବ

ସାମିଲ୍ ହେଲେ ନୀଳାଦ୍ରିପ୍ରସାଦ ଓ କୁଲେଇ ପଞ୍ଚାୟତର ପୂର୍ବତନ ସରପଞ୍ଚଙ୍କ ସମେତ ଶତାଧିକ କର୍ମକର୍ତ୍ତା

ଓଡିଆ ବାର୍ତ୍ତା/ ବାଣପୁର: ଆଜି ବାଣପୁର ସ୍ଥିତ କୃତ୍ତିବାସ ଭବନ ଠାରେ ଆୟୋଜିତ ମିଶ୍ରଣ ପର୍ବରେ ବାଣପୁର ବ୍ଲକ ଅନ୍ତର୍ଗତ ନୀଳାଦ୍ରିପ୍ରସାଦ ଗ୍ରାମପଞ୍ଚାୟତର‌ ପୂର୍ବତନ ସରପଞ୍ଚ ଶ୍ରୀମତୀ ଆଶାମଣୀ ସାହୁ,କୁଲେଇ ପଞ୍ଚାୟତର ପୂର୍ବତନ ସରପଞ୍ଚ ଶ୍ରୀ ପ୍ରସନ୍ନ କୁମାର ପ୍ରଧାନ ଏବଂ ନୀଳାଦ୍ରିପ୍ରସାଦ ପଞ୍ଚାୟତର‌ ବହୁ ୱାର୍ଡ ସଭ୍ୟ/ସଭ୍ୟା, ବିଜେଡ଼ିର କାର୍ଯ୍ୟକର୍ତ୍ତା ଓ କୁଲେଇ ପଞ୍ଚାୟତର ବିଜେଡି କାର୍ଯ୍ୟକର୍ତ୍ତା ମାନେ ବିଜୁ ଜନତା ଦଳ ପରିତ୍ୟାଗ କରି ଭାରତୀୟ ଜନତା ପାର୍ଟିର ନୀତି ଆଦର୍ଶ, ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜୀଙ୍କ ବଳିଷ୍ଠ ନେତୃତ୍ୱ, ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚ଼ରଣ ମାଝି‌ ଓ ମାନ୍ୟବର ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନଙ୍କ ବିକାଶ ମୂଳକ କାର୍ଯ୍ୟକଳାପରେ ଅନୁପ୍ରାଣିତ‌ ହୋଇ‌ ଭାରତୀୟ ଜନତା ପାର୍ଟିରେ ବିଧିବଦ୍ଧ ଭାବେ ସାମିଲ୍ ହେଲେ। ଦଳରେ ସାମିଲ ହୋଇଥିବା ସମସ୍ତ ନୂତନ କାର୍ଯ୍ୟକର୍ତ୍ତା ମାନଙ୍କୁ ଦଳୀୟ ଉତ୍ତରୀୟ ପିନ୍ଧାଇ ଭା.ଜ.ପା ପରିବାରକୁ ମାନ୍ୟବର ମନ୍ତ୍ରୀ ଶ୍ରୀ ହରିଚ଼ନ୍ଦନ ସ୍ବାଗତ କରିବା ସହ ମିଶ୍ରଣ ପର୍ବ ଚିଲିକା ନିର୍ବାଚନ ମଣ୍ଡଳୀ ସମେତ ଓଡ଼ିଶାରେ ‘ବିଜେପିର ବିଜୟ ସଂକଳ୍ପ’ ଯାତ୍ରାକୁ ସୁଦୃଢ଼ କରିବ ଏବଂ ଆଜିର ମିଶ୍ରଣ ପର୍ବ ଦଳର ସଂଗଠନକୁ ତୃଣମୂଳ ସ୍ତରରେ ଅଧିକ ମଜବୁତ୍ କରିବ ବୋଲି ମତବ୍ୟକ୍ତ କରିଥିଲେ। ଏହି ମିଶ୍ରଣ ପର୍ବ ସମାରୋହରେ ମାନ୍ୟବର ପୁରୀ ଲୋକସଭା କ୍ଷେତ୍ରର ସାଂସଦ ଡ଼ାଃ ସମ୍ବିତ ପାତ୍ର, ବରିଷ୍ଠ ବିଜେପି ନେତା ଶ୍ରୀ ଦୁଷ୍ମନ୍ତ ହରିଚ଼ନ୍ଦନ, ବାଣପୁର ବ୍ଲକ ଅଧ୍ୟକ୍ଷ‌ ଶ୍ରୀ ଅମରେନ୍ଦ୍ର ରଣସିଂହ,ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଜ୍ୟୋସ୍ନା ବେହେରା, ବାଣପୁର ବ୍ଲକ ଉପାଧ୍ୟକ୍ଷାଙ୍କ ପ୍ରତିନିଧି ଶ୍ରୀ ମାଧବ ପ୍ରଧାନଙ୍କ ସମେତ ଦଳର ବହୁ ବରିଷ୍ଠ ନେତୃବୃନ୍ଦ ମାନେ ଉପସ୍ଥିତ ଥିଲେ

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.