ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): କୋକସରା ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରେ ସୋମବାର ଜିଲ୍ଲାପାଳ ପାୱାର ସଚୀନ ପ୍ରକାଶଙ୍କ ଅଧ୍ୟକ୍ଷତାରେ ବ୍ଳକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଛି। ଉକ୍ତ ଜନ ଶୁଣାଣୀ ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାଗରାଜ ଦେବରକୋଣ୍ଡା, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢ଼ୀ, ଭାରତୀୟ ପ୍ରଶାସନିକ ସେବା ଅଧିକାରୀ (ପ୍ରବେଶନ) ଅନିମେସ ପ୍ରଧାନ, ଧର୍ମଗଡ଼ ଭାରପ୍ରାପ୍ତ ଉପ ଜିଲ୍ଲାପାଳ ଅଜୟ ପ୍ରକାଶ ତିର୍କୀ, ପଞ୍ଚାୟତ ସମିତି ଅଧ୍ୟକ୍ଷ ରାଜୀବ ଅଗ୍ରୱାଲ, ତହସିଲଦାର କ୍ଷୀରୋଦ ବିହାରୀ ଭାରତ ନାଗ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡ଼ଃ ହିମାଚଳ ମାଝୀ, ଜିଲ୍ଲା ମୁଖ୍ୟ ବେସାମରିକ ଯୋଗାଣ ଅଧିକାରୀ ପବିତ୍ର କୁମାର ସାହୁ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ମଳୟ କୁମାର ପରିଡା, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ମଙ୍ଗଳ ଅଧିକାରୀ ଅନ୍ତର୍ଯ୍ୟାମୀ କହଁର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବୀରେନ୍ଦ୍ର କୁମାର କହଁର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦୁ ଶେଖର ମହାପାତ୍ରଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲା ଓ ବ୍ଲକସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ। ଶିବିରରେ ବ୍ଳକର ୨୨ ଗୋଟି ପଞ୍ଚାୟତରୁ ୫୩ଟି ଅଭିଯୋଗ ପଞ୍ଜିକରଣ ହୋଇଥିଲା। ସେଥିମଧ୍ୟରୁ ୨୧ଟି ବ୍ୟକ୍ତିଗତ ଓ ୩୦ଟି ସାମୁହିକ ହୋଇଥିବାବେଳେ ୯ ଗୋଟି ଅଭିଯୋଗ ତତକ୍ଷଣାତ୍ ସମାଧାନ ହୋଇଥିଲା। ୨ ଜଣକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସାହାଯ୍ୟ କରାଯାଇଥିଲା। ଏହି ଯୁଗ୍ମ ଜନଶୁଣାଣି ଶିବିରରେ ଭତ୍ତା, ପ୍ରଧାନମନ୍ତ୍ରୀ ଆବାସ, ଘର ଡିହ, ପାନୀୟଜଳ, ଜମିବିବାଦ, ରାସନ୍ କାର୍ଡ, ରାସ୍ତା ନିର୍ମାଣ, ଡକ୍ଟର ନିଯୁକ୍ତି, ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ଶିଶୁ ସୁରକ୍ଷା, ବ୍ୟାଙ୍କ୍, ଗ୍ରାମ୍ୟ ଉନ୍ନୟନ, ପୋଲିସ କେଶ୍, ପୂର୍ତ୍ତ ବିଭାଗ, ଜଙ୍ଗଲ ବିଭାଗ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ସେହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.